Latest Odisha News

BREAKING NEWS

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଭୁବନେଶ୍ଵର: ପାଣ୍ଡରା ସ୍ଥିତ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ ଘଟଣା । ଆଖିବୁଜିଲେ ଜଣେ ଆହତ । ୪ଜଣ ଆହତଙ୍କ ମଧ୍ୟରୁ ଆଜି ଚିକିତ୍ସାଧୀନ ଅବସ୍ଥାରେ ଜଣେ ଆହତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳି ପାରିନି। ଏନେଇ ସୂଚନା ଦେଇଛନ୍ତି ଜୋନ୍‌-୨ ଏସିପି ଗୌତମ କିଶାନ ।

ସୂଚନା ଅନୁସାରେ, ୨ ଦିନ ତଳେ ହସ୍ପିଟାଲର ତୃତୀୟ ମହଲାରେ ଏକ ଏସିରେ ଗ୍ୟାସ୍‌ ଫିଲିଂ ବେଳେ ବିସ୍ଫୋରଣ ହୋଇଥିଲା । ଯେଉଁଥିପାଇଁ ନିଆଁ ଚାରିଆଡେ ବ୍ୟାପି ଯାଇଥିଲା। ମେଡ଼ିକାଲ୍‌ ପକ୍ଷରୁ ସଙ୍ଗେ ସଙ୍ଗେ ନିଆଁକୁ ଆୟତ୍ତ କରାଯାଇଥିଲା । ଏଥିରେ ୪ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ବେଳେ ତାଙ୍କୁ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ମାତ୍ର ଡାକ୍ତରଙ୍କ ଶତ ଚେଷ୍ଟା ସତ୍ତ୍ୱେ ଆଜି ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି

 

Leave A Reply

Your email address will not be published.