Latest Odisha News

BREAKING NEWS

ଅମରେଶ ଜେନାଙ୍କ ସର୍ତ୍ତମୂଳକ ଜାମିନ ମଞ୍ଜୁର କଲେ ହାଇକୋର୍ଟ

କଟକ: ବିଏମସି କର୍ପୋରେଟର ଅମରେଶ ଜେନାଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ । ଶୁକ୍ରବାର ହାଇକୋର୍ଟଙ୍କ ପକ୍ଷରୁ ୨୫ହଜାର ଟଙ୍କାର ଦୁଇ ଜାମିନ ଦାର ବଦଳରେ ସର୍ତ୍ତମୂଳକ ଜାମିନ ପ୍ରଦାନ କରାଯାଇଛି । ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ ଓ ଗର୍ଭ ନଷ୍ଟ କରିବା ସହ ହତ୍ୟା ଧମକ ଦେବା ମାମଲାରେ ଗିରଫ ହୋଇଥିଲେ ଅମରେଶ ଜେନା ।

ସୂଚନାଯୋଗ୍ୟ, କର୍ପୋରେଟର୍‌ ଅମରେଶ ଜେନା ଓରଫ ବାୟାଁଙ୍କ ବିରୋଧରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ଦେବାର ସଙ୍ଗୀନ ଅଭିଯୋଗ ରହିଛି । ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ ଓ ଗର୍ଭନଷ୍ଟ କରିବା ସହ ହତ୍ୟା ଧମକ ଦେବା ନେଇ ଲକ୍ଷ୍ମୀସାଗର ଥାନାରେ ଯୁବତୀ ଜଣଙ୍କ ଅଭିଯୋଗ କରିଥିଲେ ।

ଅଭିଯୋଗ ପରେ ପୋଲିସ ତାଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି କରିଥିଲା । କିନ୍ତୁ ଅଭିଯୁକ୍ତ ଅମ‌ରେଶ ଜେନା ଫେରାର ହୋଇଯାଇଥିଲେ । ପୋଲିସ ତାଙ୍କ ମୋବାଇଲ ଟ୍ରାକିଂ କରି କିଛି ସହଯୋଗୀଙ୍କ ସହିତ କଥା ହୋଇଥିବା ଜାଣିବାକୁ ପାଇଥିଲା । ସେମାନଙ୍କୁ ଥାନାକୁ ଆଣି ପୋଲିସ ପଚରାଉଚରା କରିଥିଲା । ସେମାନେ ତାଙ୍କୁ ‌ଫେରାର ହେବାରେ ସହଯୋଗ କରିଥିବା ସ୍ବୀକାର କରିଥିଲେ । ପରେ ‌ସେମାନଙ୍କୁ ଗିରଫ କରି ପୋଲିସ କୋର୍ଟଚାଲାଣ କରିଥିଲା । ପରେ ଅମରେଶ ଜେନାକୁ ପୋଲିସ ବାଲେଶ୍ବର ଜିଲ୍ଲା ନୀଳଗିରି ଅଞ୍ଚଳରୁ ଗିରଫ କରିଥିଲା ।

Comments are closed.