Latest Odisha News

ଶିକ୍ଷକଙ୍କ ବଦଳି ପ୍ରସଙ୍ଗ; ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ

କଟକ:ବିଧାୟକ ଓ ସାଂସଦ ନିଜ ନିର୍ବାଚନମଣ୍ଡଳୀର ୧୫ଜଣ ଯୋଗ୍ୟ ଶିକ୍ଷକଙ୍କ ବଦଳି ପାଇଁ ସୁପାରିସ କରିବା ପ୍ରସଙ୍ଗ ହାଇକୋର୍ଟରେ ପହଞ୍ଚିଛି। ଏହି ପ୍ରସଙ୍ଗରେ ହାଇକୋର୍ଟ ଏକ ନୋଟିସ୍ ଜାରି କରିଛନ୍ତି । ଆବେଦନକାରୀ ଶିକ୍ଷକଙ୍କ ବଦଳି ନିର୍ଦ୍ଦେଶ ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି ।

୪ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି । ବଦଳି ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି କିଛି ଶିକ୍ଷକ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ।

ସୂଚନାଥାଉକି, ଜଷ୍ଟିସ୍‌ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂପର୍କିତ ଦୁଇ ମାମଲାର ଏକତ୍ର ଶୁଣାଣି କରି ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି।

ସୂଚନାଥାଉକି, ସରକାର ଘୋଷଣା କରିଥିଲେ ଯେ,ସାଂସଦ ଓ ବିଧାୟକ ନିଜ ନିର୍ବାଚନମଣ୍ଡଳୀର ୧୫ଜଣ ଯୋଗ୍ୟ ଶିକ୍ଷକଙ୍କୁ ବଦଳି ପାଇଁ ସୁପାରିସ କରିପାରିବେ । ମେ’ ୧୩ରେ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ପ୍ରାଥମିକ ଶିକ୍ଷା ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ପତ୍ର ଜାରି କରାଯାଇଥିଲା। ପତ୍ରରେ ଉଲ୍ଲେଖ କରାଯାଇଥିଲା ଯେ ବିଧାୟକ ଓ ସାଂସଦଙ୍କ ପକ୍ଷରୁ ଜିଲ୍ଲାପାଳଙ୍କୁ ବଦଳି ପ୍ରସ୍ତାବ ଦିଆଯିବା ପରେ ଜିଲ୍ଲାସ୍ତରୀୟ କମିଟି ଏହି ପ୍ରସଙ୍ଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବ।

 

Comments are closed.