Latest Odisha News

BREAKING NEWS

ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ୪ଟି ବିଭାଗରେ ଆଉଟସୋର୍ସିଂରେ କାମ କରୁଥିବା ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବା ଲାଗି ରାଜ୍ୟ ସରକାରଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ଲୋକାଲ ଫଣ୍ଡ ଅଡିଟ, ସବ୍-ରେଜିଷ୍ଟ୍ରି ଅଫିସ, ଲୋକସେବା ଭବନ ଓ ଗୋପବନ୍ଧୁ ଏକାଡେମି ଆଦି ୪ଟି ବିଭାଗରେ କାର୍ଯ୍ୟରତ ଥିବା ଠିକା ଡାଟା ଏଣ୍ଟ୍ରି ଅପରେଟର ।

ଏହି ଅପରେଟରଙ୍କୁ ନିୟମିତ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୩ ମାସ ମଧ୍ୟରେ ନିୟମିତ କରିବା ସହ ସମସ୍ତ ସୁବିଧା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି

ଏହାବାଦ୍ ଠିକା କର୍ମଚାରୀଙ୍କୁ ନିୟମିତ ନେଇ ଥିବା ଗାଇଡଲାଇନରେ ଏହାକୁ କାର୍ଯ୍ୟକାରୀ କରିବାକୁ କୁହାଯାଇଛି। ଏହାଦ୍ୱାରା ପାଖାପାଖି ୧୫ ଶହରୁ ଅଧିକ ଠିକା କର୍ମଚାରୀ ଉପକୃତ ହେବେ । ପୂର୍ବରୁ ଅନେକ ସମୟରେ ଠିକା କର୍ମଚାରୀମାନେ ନିଯୁକ୍ତିକୁ ନିୟମିତ କରିବାକୁ ବାରମ୍ବାର ରାସ୍ତାକୁ ଓହ୍ଲାଇଛନ୍ତି । ଆଉ ଶେଷରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏବେ ନିୟମିତ ହେବେ ଠିକା ଡାଟା ଏଣ୍ଟ୍ରି ଅପରେଟର ।

Comments are closed.