Latest Odisha News

BREAKING NEWS

ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ସମ୍ପ୍ରସାରଣ ପାଇଁ ‘ଉଚ୍ଚସ୍ତରୀୟ କମିଟି’ ହେବ ଗଠନ

ଭୁବନେଶ୍ୱର: ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ପାଇଁ ଥିବା ସମସ୍ୟାର ସମାଧାନ ପାଇଁ ନୂଆଦିଲ୍ଲୀରେ ଏକ ବୈଠକ ଆୟୋଜିତ ହୋଇଯାଇଛି।

ଏଥିରେ କେନ୍ଦ୍ର ଭାରୀ ଶିଳ୍ପ ଏବଂ ଇସ୍ପାତ୍ ମନ୍ତ୍ରୀ ଏଚଡି କୁମାରସ୍ୱାମୀ ଏବଂ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ସହ ଯୋଗ ଦେଇଥିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ବୈଠକରେ ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ନେଇ ଥିବା ପ୍ରତିବନ୍ଧକ ଗୁଡ଼ିକୁ ଦୂର କରିବା ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିବା ପାଇଁ ଧର୍ମେନ୍ଦ୍ର ପ୍ରଧାନ ପ୍ରସ୍ତାବ ଦେଇଥିଲେ। ଯାହାକୁ କେନ୍ଦ୍ର ଇସ୍ପାତ୍ ମନ୍ତ୍ରୀ ଗ୍ରହଣ କରିଛନ୍ତି।

ଏଥିପାଇଁ ବିଭାଗୀୟ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ସେ କହିଛନ୍ତି ଯେ ଭାରତର ଇସ୍ପାତ୍ କ୍ଷେତ୍ର ଏବଂ ପୂର୍ବ ଭାରତ ବିଶେଷ ଭାବରେ ଓଡ଼ିଶାର ଶିଳ୍ପ, ସାମାଜିକ-ଆର୍ଥିକ ବିକାଶ ପାଇଁ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ସମ୍ପ୍ରସାରଣ ଗୁରୁତ୍ୱପୂର୍ଣ୍ଣ । ଏହି ସମ୍ପ୍ରସାରଣ ଇସ୍ପାତ୍ ଉତ୍ପାଦନର କ୍ଷମତାକୁ ବୃଦ୍ଧି କରିବା ସହ ବିଶ୍ୱ ବଜାରରେ ଭାରତର ସ୍ଥିତିକୁ ସଶକ୍ତ କରିବ, ଷ୍ଟିଲ୍ କ୍ଷେତ୍ରରେ ଆମଦାନୀ ହ୍ରାସ କରିବା ସହ ପ୍ରମୁଖ ଶିଳ୍ପ କ୍ଷେତ୍ରର ଆବଶ୍ୟକତାକୁ ପୂରଣ କରିବ। ଏହା ଏକ ବୃହତ ରୋଜଗାର ସୁଯୋଗ ମଧ୍ୟ ସୃଷ୍ଟି କରିବ।

 

Comments are closed.