ଭୁବନେଶ୍ବର: ଏଣିକି ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଘର ପାଇଁ ଆଗୁଆ ଟଙ୍କା ମିଳିବ । ଘର ଭଡା ଖର୍ଚ୍ଚ(ଏଚଆରଏ)ରେ ପାଉଥିବା ଟଙ୍କା ସହିତ ଏଣିକି ନୂଆ ଜମି ଓ ଘର କିଣିବା ପାଇଁ ମଧ୍ୟ ହାଇସ୍କୁଲ ଶିକ୍ଷକ ଓ ଅନ୍ୟ କର୍ମଚାରୀଙ୍କୁ ଅଗ୍ରୀମ ଟଙ୍କା ମିଳିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସବୁ ଡିଇଓଙ୍କୁ ଚିଠି ଲେଖାଯାଇଛି ।
ତେବେ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଘର ପାଇଁ ଅଗ୍ରୀମ ଟଙ୍କା ମିଳିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସବୁ ଡିଇଓଙ୍କୁ ଚିଠି ଯାଇଥିବା ବେଳେ ଏସବୁ ପାଇଁ ଆବେଦନକାରୀଙ୍କୁ ସମସ୍ତ ତଥ୍ୟ ପ୍ରଦାନ ପାଇଁ କୁହାଯାଇଛି । ଯେଉଁ ଶିକ୍ଷକ କିମ୍ବା ଅନ୍ୟ କର୍ମଚାରୀ ନୂଆ ଜମି କିଣିବା ପାଇଁ ଆବେଦନ କରିଛନ୍ତି ସେମାନେ ତାହାର ସମସ୍ତ ତଥ୍ୟ ଶିକ୍ଷା ପରିଷଦକୁ ପୈଠ କରିବେ । ଜମିର ମୂଲ୍ୟ ଏବଂ ବିକ୍ରେତାଙ୍କ ଏଗ୍ରିମେଣ୍ଟକୁ ମଧ୍ୟ ଦାଖଲ କରିବେ ଆବେଦନକାରୀ ।
Comments are closed.