Latest Odisha News

BREAKING NEWS

ହାଇକୋର୍ଟରେ ହେବନି ଅନୁଭବ-ବର୍ଷା ପାରିବାରିକ ବିବାଦର ଶୁଣାଣି

କଟକ : ସାଂସଦ ଅନୁଭବ ଓ ପତ୍ନୀ ବର୍ଷା ପ୍ରୀୟଦର୍ଶିନୀଙ୍କ ମଧ୍ୟରେ ଦାମ୍ପତ୍ତ୍ୟ କଳହକୁ ନେଇ ଫ୍ୟାମିଲି କୋର୍ଟରେ ମାମଲା ଚାଲିଥିବା ବେଳେ ଏହାର ତ୍ୱରିତ ଶୁଣାଣି ନିର୍ଦ୍ଦେଶ ପାଇଁ ଆବେଦନ କରିଥିଲେ ଅନୁଭବ ମହାନ୍ତି । ମାତ୍ର ଅନୁଭବଙ୍କ ଏହି ଆବେଦନର ଅନ୍ତ ଘଟାଇଛନ୍ତି ହାଇକୋର୍ଟ । ପାରିବାରିକ ଅଦାଲତରେ ବିଚାର ଆରମ୍ଭ ହୋଇଥିବାରୁ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ ।

ପତ୍ନୀ ବର୍ଷାଙ୍କ ସହ ହୋଇଥିବା ପାରିବାରିକ ବିବାଦକୁ ନେଇ ହାଇକୋର୍ଟରେ ଦ୍ୱାରସ୍ଥ ହୋଇଥିଲେ ଅନୁଭବ । ବିବାହ ବିଚ୍ଛେଦ ମାମଲାର ଚୂଡ଼ାନ୍ତ ଶୁଣାଣି ପାଇଁ ସେ ଆବେଦନ କରିଥିଲେ । ଚୂଡ଼ାନ୍ତ ଶୁଣାଣି ନେଇ ସମୟ ନିର୍ଦ୍ଧାରଣ କରିବାକୁ ସେ ଆବେଦନ କରିଥିଲେ । ଗତ କିଛି ଦିନ ହେବ ନିୟମିତ ବ୍ୟବଧାନରେ ଉଭୟଙ୍କ ମଧ୍ୟରେ କୋର୍ଟରେ ବୁଝାମଣା ଚାଲିଥିବା ବେଳେ ଉଭୟଙ୍କ ମଧ୍ୟରେ ସମ୍ମତି ହୋଇପାରି ନାହିଁ । ଉଭୟଙ୍କ ଭିତରେ ଆପୋଷ ସମାଧାନ ପାଇଁ ପ୍ରକ୍ରିୟା ଚାଲିଥିବା ବେଳେ ତାହା ଫଳପ୍ରଦ ହୋଇପାରି ନ ଥିଲା। ଅପରପକ୍ଷେ, ଅନୁଭବ ଏହାର ତ୍ୱରିତ ଶୁଣାଣି ପାଇଁ ଆବେଦନ କରିଥିଲେ । ଆପୋଷ ବୁଝାମଣା ସମ୍ଭବ ହୋଇପାରୁ ନ ଥିବା ହୃଦୟଙ୍ଗମ କରି ଏହାର ତ୍ୱରିତ ବିଚାର ପ୍ରକ୍ରିୟାକୁ କୋର୍ଟ ପକ୍ଷରୁ ରଦ୍ଦ କରି ଦିଆଯାଇଥିବା ଜଣାଯାଇଛି ।

ସୂଚନାଯୋଗ୍ୟ, ପୂର୍ବରୁ ଜୁଲାଇ ୯ ତାରିଖରେ ଦୁହେଁ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ । ସେହିଦିନ ଉଭୟଙ୍କ ମଧ୍ୟରେ ଦୁଇ ଘଣ୍ଟା ଧରି ଆଲୋଚନା ହୋଇଥିଲା । ଏହି ସମୟରେ କମିଶନର ଦୁହିଁଙ୍କୁ ବୁଝାସୁଝା କରିଥିଲେ । କିନ୍ତୁ ଆପୋଷ ସମଧାନ ହୋଇପାରିନଥିଲା । ଏଥିପାଇଁ ପରେ ପୁଣି ଉଭୟଙ୍କୁ ଦ୍ୱିତୀୟ ତାରିଖ ଦିଆଯାଇଥିଲା । ଦୁହେଁ ଫ୍ୟାମିଲି କୋର୍ଟରେ ପହଞ୍ଚିଥିଲେ ମଧ୍ୟ ସମାଧାନର ଦିଗ ବାହାରି ପାରି ନଥିଲା ।

ଛାଡ଼ପତ୍ର ନେଇ କଟକ ଫ୍ୟାମିଲି କୋର୍ଟ ମାମଲା ଦାୟର ହୋଇଥିଲା । ମାତ୍ର ଫ୍ୟାମିଲି କୋର୍ଟ କମିଶନର ବହୁ ବାର କୋର୍ଟରେ ହାଜର ହେବାକୁ ନୋଟିସ୍ କରିଥିଲେ । କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ବର୍ଷା ହାଜର ହେଉଥିବା ବେଳେ ଅନୁଭବ ଆସୁନଥିଲେ । ଆଉ ଯେତେବେଳେ ଅନୁଭବ କୋର୍ଟକୁ ଆସୁଥିଲେ, ସେତେବେଳେ ବର୍ଷା ହାଜର ହେଉନଥିଲେ । ଯେଉଁଥିପାଇଁ ମାମଲା ଗଡି ଚାଲିଛି ।

Leave A Reply

Your email address will not be published.