Latest Odisha News

BREAKING NEWS

ଭାଙ୍ଗିଲା ରେକର୍ଡ, ଗୋଟିଏ ଦିନରେ ୨୩୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏହାରି ଭିତରେ ଓଡ଼ିଶା ପାଇଁ ଆସିଛି ଏକ ଭଲ ଖବର । ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ୨୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ତାଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ ଆସିବା ପରେ ସେମାନଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩୫୩୪ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।

ଆଜି ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକର ସର୍ବାଧିକ ୭୦ ଜଣ ଅଛନ୍ତି । ସେହିପରି ଖୋର୍ଦ୍ଧାରୁ ୫୪, ଜଗତସିଂହପୁରରୁ ୨୦, କନ୍ଧମାଳରୁ ୧୯, ଗଞ୍ଜାମରୁ ୧୭, ଭଦ୍ରକ ଓ ମୟୂରଭଞ୍ଜରୁ ୯ ଜଣ ଲେଖାଏଁ ରହିଛନ୍ତି । ସେହିପରି କେଉଁଝରରୁ ୮, ଡେଙ୍କାନାଳ, ପୁରୀରୁ ୭ଜଣ ଲେଖାଏଁ, ନୟାଗଡ ଓ କେନ୍ଦ୍ରପଡାରୁ ୪ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି ।

ସେହିପରି କଳାହାଣ୍ଡି, ମାଲକାନଗିରି ଓ ସମ୍ବଲପୁରରୁ ୨ଜଣ ଲେଖାଏଁ ଏବଂ ବୌଦ୍ଧ, ଝାରସୁଗୁଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ରାଜ୍ୟରେ ଆଉ ୧୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮୫୬ରେ ପହଞ୍ଚିଛି ।

Leave A Reply

Your email address will not be published.