ଲକ୍ଷ୍ନୌ: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଚାଂଚଲ୍ୟ । ବିଚ୍ ରାସ୍ତାରେ ବିଶ୍ୱ ହିନ୍ଦୁ ମହାସଭା ଅଧ୍ୟକ୍ଷଙ୍କୁ ଗୁଳି କରି ହତ୍ୟା କରାଯାଇଛି । ରବିବାର ସକାଳେ ମର୍ଣ୍ଣିଂୱାକରେ ଯାଇଥିବା ବେଳେ ବାଇକ୍ରେ ଆସି ଦୁଇ ଦୁର୍ବୃତ ବିଶ୍ୱ ହିନ୍ଦୁ ମହାସଭା ଅଧ୍ୟକ୍ଷ ରଣଜୀତ ବଚ୍ଚନଙ୍କୁ ଗୁଳି କରି ଫେରାର ହୋଇଯାଇଛନ୍ତି । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି । ଲକ୍ଷ୍ନୌର ହଜରତଗଂଜ ଅଚଂଳରେ ଏହି ହତ୍ୟାକାଣ୍ଡ ଘଟିଛି ।
ସୂଚନା ମୁତାବକ ରବିବାର ଗୋରଖପୁର ଜିଲ୍ଲା ନିବାସୀ ଅଖିଳ ଭାରତୀୟ ହିନ୍ଦୁ ମହାସଭାର ଅଧ୍ୟକ୍ଷ ରଣଜୀତ ବଚ୍ଚନ ତାଙ୍କ ସାନଭାଇଙ୍କ ସହ ମର୍ଣ୍ଣିଂୱାକରେ ଯାଇଥିଲେ । ଏହି ସମୟରେ ହଜରତଗଂଜ ସ୍ଥିତ ସେଂଟ୍ରାଲ ରିସର୍ଚ ଇନ୍ଷ୍ଟିଚ୍ୟୁଟ୍ ବିଲ୍ଡିଂ ନିକଟରେ ଦୁଇ ଜଣ ଦୁର୍ବୃତ ଆସି ତାଙ୍କ ଉପରକୁ ଗୁଳିମାଡ କରିଥିଲେ । ଫଳରେ ରଣଜୀତଙ୍କ ମୁଣ୍ଡକୁ ଗୁଳି ବାଜିଥିଲା । ଘଟଣାସ୍ଥଳରେ ରଣଜୀତ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସାନ ଭାଇ ଗୁରୁତର ହୋଇଛନ୍ତି । ତାଙ୍କୁ କିଙ୍ଗସ୍ ଜର୍ଜ ମେଡିକାଲ ୟୁନିର୍ଭସିଟିର ଟ୍ରମା ସେଂଟର୍ରେ ଭର୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ଜବତ କରିବା ସହ ତଦନ୍ତ ଜାରି ରଖିଛି ।
BREAKING NEWS
- ମସଜିଦରେ ଚୁମ୍ବନ ଦେଲେ ମୃତ୍ୟୁଦଣ୍ଡ! ସାଉଦି ଆରବରେ ବାଂଲାଦେଶୀ ଦମ୍ପତିଙ୍କୁ ମୃତ୍ୟୁଦଣ୍ଡ ଘଟଣାରେ ଢାକାରେ ଉତ୍ତେଜନା
- ଧମାକାଦାର ପ୍ରଦର୍ଶନ ପରେ ଭାବୁକ ହେଲେ ହରମନପ୍ରୀତ, ଲୁହ ଝରିଲା ଆଖିରୁ
- ଏଲଏନଜି ସଙ୍କଟ ଜାରି, ବିଷାକ୍ତ ହେବ ପାକିସ୍ତାନ ବାୟୁ
- Bhakta Das on Kotia Issue: “କେନ୍ଦ୍ରରେ ସରକାର ବଞ୍ଚାଇବାକୁ ଓଡ଼ିଶାର ସ୍ୱାର୍ଥ ସହ ସାଲିସ୍ କରୁଛି ବିଜେପି”, କୋଟିଆ ପ୍ରସଙ୍ଗରେ ବର୍ଷିଲେ ଭକ୍ତ…
- Governor Celebrates Vijayadashami: ଏସ୍ଓଏସ୍ ଚିଲ୍ଡ୍ରେନ୍ସ ଭିଲେଜ୍ରେ ଦଶହରା ପାଳିଲେ ନୂଆ ରାଜ୍ୟପାଳ, କୁନି ପିଲାଙ୍କ ସହ ବାଣ୍ଟିଲେ ଖୁସି…
- ରାବଣ ନାମରେ ୩୪ଟି ଗାଁ ! ରାଜସ୍ଥାନ ଆଗରେ
- Naveen Backs CJP Leaders: କକ୍ରୋଚ୍ ଜନତା ପାର୍ଟି ସମର୍ଥନରେ ବାହାରିଲେ ନବୀନ ପଟ୍ଟନାୟକ! ଆଶୁତୋଷ ଓ ସୌରଭଙ୍କୁ ତୁରନ୍ତ ମୁକ୍ତ କରିବାକୁ କଲେ ଦାବି
- ଚାଷୀଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମର ‘ବେଦାମୃତ’; ମହୁମାଛି ପାଳନ…
- କିମ ଜୋଙ୍ଗ ଉନଙ୍କ ମୃତ୍ୟୁ ଖବର ଗୁଜବକୁ ଖଣ୍ଡନ କଲା ଉତ୍ତର କୋରିଆ
- ଷ୍ଟାର୍କଙ୍କ ଐତିହାସିକ ରେକର୍ଡ: ୪୫୦ ଟେଷ୍ଟ ୱିକେଟ୍ ନେବାରେ ବିଶ୍ୱର ପ୍ରଥମ ବାମହାତୀ ଦ୍ରୁତ ବୋଲର

Comments are closed.