Latest Odisha News

BREAKING NEWS

ଖୋଲିଲା ହୀରାକୁଦର ୨ଟି ଗେଟ, ଉପର ମୁଣ୍ଡରେ ବର୍ଷା ଦେଖି ନିଆଗଲା ନିଷ୍ପତି

ସମ୍ବଲପୁର: ଖୋଲିଲା ହୀରାକୁଦର ଦୁଇଟି ଗେଟ୍ । ଆଜି ଅପରାହ୍ନ ୪ଟାରେ ହୀରାକୁଦ ଡ୍ୟାମ୍‌ର ୨ଟି ଗେଟ୍ ଖୋଲାଯାଇଛି । ଉଭୟ ଡାହାଣ ଓ ବାମ ପଟରେ ଗୋଟାଏ ଲେଖାଏଁ ଗେଟ ଖୋଲାଯାଇଛି । ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ସମ୍ଭାବନା ଥିବାରୁ ଏହି ନିଷ୍ପତ୍ତି ନେଇଛନ୍ତି ହୀରାକୁଦ କତୃପକ୍ଷ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ । ସକାଳ ୯ଟା ସୁଦ୍ଧା ହୀରାକୁଦର ଜଳସ୍ତର ୬୨୮.୧୦ ଫୁଟ୍‌ ରହିଥିଲା ।

ସେପଟେ ଲଘୁଚାପର ରୂପ ନେଇଛି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟାରେ ଅତିପ୍ରବଳ ବର୍ଷା ନେଇ ୫ ଜିଲ୍ଲା କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିରକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାମାନଙ୍କରେ ୭ରୁ ୨୦ ସେମି ବର୍ଷାର ସମ୍ଭାବନା ରହିଛି। ଏହି ଜିଲ୍ଲାମାନଙ୍କ ତଳିଆ ଅଞ୍ଚଳରେ ପାଣିଜମିବାର ଆଶଙ୍କା ରହିଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସହ କଚ୍ଚାରାସ୍ତା ଓ କଚ୍ଚା ଘର କ୍ଷତିଗ୍ରସ୍ତ ହେବାର ମଧ୍ୟ ସମ୍ଭାବନା ରହିଛି। ସେହିପରି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Leave A Reply

Your email address will not be published.