Latest Odisha News

୧୪ଟା ଗେଟ୍ ଦେଇ ନିଷ୍କାସିତ ହେଉଛି ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର: ଖୋଲିଲା ହୀରାକୁଦର ଆଉ ୭ଟି ଗେଟ୍ । ମୋଟ ୧୪ ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ଆଜି ସକାଳେ ପ୍ରଥମ ପର୍ଯ୍ୟାୟରେ ୭ଟି ଗେଟ୍ ଖୋଲିଥିବା ବେଳେ ଏବେ ଦ୍ବିତୀୟ ପର୍ଯ୍ୟାୟରେ ହୀରାକୁଦର ଆଉ ୭ଟି ଗେଟ୍ ଖୋଲାଯାଇଛି । ତେବେ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ ।

ଏଥିପାଇଁ ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ପ୍ରଥମେ ଡ୍ୟାମ୍‌ର ବାମ ପାର୍ଶ୍ୱର ୭ ନମ୍ବର ସ୍ଲୁଇସ ଗେଟ୍ ଖୋଲା ଯାଇଥିଲା। ପରେ ଆଉ ୬ଟି ଗେଟ୍ ଖୋଲା ଯାଇଥିଲା। ପ୍ରଥମେ ବାମ ପାଶ୍ୱର ୫ଟି ଓ ଦକ୍ଷିଣ ପାର୍ଶ୍ୱର ୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଥିବା ବେଳେ ଏବେ ଆଉ ୭ଟି ଖୋଲାଯାଇଛି । ତେବେ ଏବେ ମୋଟ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିବା ବେଳେ ଅପରାହ୍ନ ୨ଟା ପରେ ତୃତୀୟ ପର୍ଯ୍ୟାୟରେ ବାକି ୬ଟି ଗେଟ୍ ଖୋଲାଯିବାକୁ ନିଷ୍ପତ୍ତି ନିଆଯାଇଛି।

ସେପଟେ ହୀରାକୁଦରୁ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଥିବାରୁ ୭ ଜିଲ୍ଲାକୁ ସତର୍କତା ଜାରି କରିଛନ୍ତି ଏସଆରସି । ବନ୍ୟାଜଳ ନିଷ୍କାସନ ହୋଇଥିବାରୁ ଲୋକଙ୍କୁ ସଚେତନ କରାଇବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହିତ ବନ୍ୟାଜଳ ଛାଡ଼ିଥିବାରୁ ମହାନଦୀକୁ ନଯିବାକୁ ସଚେତନ କରାଇବାକୁ ୭ ଜିଲ୍ଲାପଳଙ୍କୁ ପରାମର୍ଶ ଦେଇଛନ୍ତି ଏସଆରସି । ଏନେଇ ସମ୍ବଲପୁର, ସୋନପୁର, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କୁ ସତର୍କତା ଜାରି କରାଯାଇଛି ।

Comments are closed.