Latest Odisha News

BREAKING NEWS

ଆସନ୍ତାକାଲି କଟକ ଜିଲ୍ଲାରେ ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ୍

କଟକ: ପ୍ରବଳ ବର୍ଷା ଓ ଜଳବନ୍ଦୀ ପରିସ୍ଥିତି କୁ ଦୃଷ୍ଟିରେ ରଖି ଆସନ୍ତାକାଲି କଟକ ଜିଲ୍ଲାରେ ଛୁଟି ବାତିଲ୍ ଘୋଷଣା କରାଯାଇଛି । କାଲି ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ । ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ଏଥିରେ ଖିଲାପ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି । କଟକ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି ।

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆଗାମୀ ଦିନମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜାରି ସୂଚନା ଅନୁସାରେ, ଏହି ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହୋଇଥିବା ଓ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

ଏହି ପାଣିପାଗ ପରିସ୍ଥିତି ଯୋଗୁଁ ରାଜ୍ୟର କିଛି ଜିଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ହେବାର ଆଶଙ୍କା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର, ଭୁବନେଶ୍ବରର ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି କହିଛନ୍ତି, “ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ନବରଙ୍ଗପୁର ସମେତ ଅନ୍ୟାନ୍ୟ ଜିଲ୍ଲାରେ ପ୍ରବଳ ବର୍ଷା ସହ ଝଡ଼ତୋଫାନ ହୋଇପାରେ ।

Comments are closed.