ଗଜପତି: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଳଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଯାହାଫଳରେ ଜୀବନଯାତ୍ରା ଏକପ୍ରକାର ବାଧାପ୍ରାପ୍ତ ହୋଇଛି ।
ଗଞ୍ଜାମ ଓ ଗଜପତି, ଢେଙ୍କାନାଳ, କଟକ, କେନ୍ଦ୍ରପଡା ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗୁରୁବାର ଦିନ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ସ୍ଥାନୀୟ ପ୍ରଶାସନ । ଏପରିକି ସବୁ ଅଙ୍ଗନବାଡି କେନ୍ଦ୍ର ଗୁଡିକ ମଧ୍ୟ ବନ୍ଦ ରହିବ ବୋଲି ସୂଚନା ମିଳିଛି ।
ମିଳିଥିବା ସୂଚନାନୁଯାୟୀ ବିଦ୍ୟାଳୟଗୁଡିକ ବନ୍ଦ ରହିଲେ ମଧ୍ୟ ଶିକ୍ଷକ ଓ ଶିକ୍ଷୟତ୍ରୀମାନଙ୍କର ଛୁଟି ନାହିଁ ଏବଂ ସେମାନେ ବନ୍ୟା ପ୍ରଭାବିତ ଲୋକଙ୍କ ସହାୟତା କରିବେ । ଏନେଇ ସ୍ଥାନୀୟ ଜିଲ୍ଲାପାଳଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରୁ ଜଣାପଡିଛି ।
ସେହିପରି ଗଞ୍ଜାମରେ ମଧ୍ୟ ଲଗାଣ ବର୍ଷା ଲାଗି ରହିଥିବା ଯୋଗୁଁ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ସ୍କୁଲଗୁଡିକୁ ମଧ୍ୟ ଛୁଟି ଘୋଷଣା କରାଯାଇଥିବା ନେଇ ଜଣାପଡିଛି ।
Comments are closed.