Latest Odisha News

BREAKING NEWS

ସମ୍ଭାବ୍ୟ ବାତ୍ୟା ପାଇଁ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ଗଜପତି ଜିଲ୍ଲାରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି । ୨୫ ଓ ୨୬ ତାରିଖରେ କେହି ଛୁଟିରେ ରହିପାରିବେନି ବୋଲି ଗଜପତି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଜରୁରୀ ପରିସ୍ଥିତିର ସାମ୍ନା ପାଇଁ  ଅଫିସରମାନେ ହେଡକ୍ୱାଟର୍ସରେ ରହିବେ । ବିନା ଅନୁମତିରେ କେହି ହେଡକ୍ୱାଟର୍ସ ଛାଡ଼ିବେ ନାହିଁ । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି ।

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଜିଲ୍ଲାବାସୀଙ୍କୁ ପରାମର୍ଶ । ବାତ୍ୟାକୁ ନେଇ ସମସ୍ତେ ସତର୍କ ଓ ସଚେତନ ରହିବାକୁ କୁହାଯାଇଛି ।

Leave A Reply

Your email address will not be published.