ଭୁବନେଶ୍ୱର: ବିଧାନସଭାରେ ଉପସ୍ଥାପନ ହେଲା ଗୃହ ବିଭାଗର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ । ବୁଧବାର ଏହି ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ସମୟରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିକଶିତ ଭାରତ ଓ ବିକଶିତ ଓଡିଶାର ସଂକଳ୍ପକୁ ସାକାର କରିବାରେ ଗୃହ ବିଭାଗର ଭୂମିକା ଗୁରୁତ୍ଵପୂର୍ଣ୍ଣ ।
ଏକ ସୁଦୃଢ ଆଇନ ଶୃଙ୍ଖଳା ବ୍ୟବସ୍ଥା ରାଜ୍ୟର ଦ୍ରୁତ ଶିଳ୍ପାୟନ ଓ ସର୍ବବିଧ ବିକାଶ ପାଇଁ ନିତାନ୍ତ ଆବଶ୍ୟକ । ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ ଅଛି । ସମୟୋପଯୋଗୀ ଗୁଇନ୍ଦା ତଥ୍ୟ ଏବଂ ପୋଲିସର ଆଗୁଆ ଓ ଦୃଢ କାର୍ଯ୍ୟାନୁଷ୍ଠାନ ଫଳରେ କୌଣସି ଗୁରୁତ୍ଵପୂର୍ଣ୍ଣ ଆଇନ ଶୃଙ୍ଖଳା ପରିସ୍ଥିତି ଉପୁଜି ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସେହିପରି ରାଜ୍ୟରେ ଅପରାଧ ନିରାକରଣ, ଅପରାଧ ଅନୁଶୀଳନ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତ୍ତାର ପ୍ରୟୋଗ, ସାଇବର ଅପରାଧ ନିୟନ୍ତ୍ରଣ, ଅପରାଧ ଅନୁସନ୍ଧାନ କ୍ଷେତ୍ରରେ ବୈଷୟିକ ବିଦ୍ୟାର ପ୍ରୟୋଗୀକରଣ, ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥାର ଆଧୂନିକୀକରଣ ଆଦି ବ୍ୟବସ୍ଥାର ଉପଯୋଗ କରି ପୋଲିସକୁ ଆଧୁନିକ ଏବଂ ବୈଷୟିକ କୌଶଳଯୁକ୍ତ କରିବା ପାଇଁ ଆମ ସରକାର ସମସ୍ତ ପଦକ୍ଷେପ ଗ୍ରହଣ କରୁଛି । ଗୃହ ବିଭାଗର ୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ରେ ଏଥିପାଇଁ ବ୍ୟୟ ବରାଦ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
Comments are closed.