Latest Odisha News

BREAKING NEWS

ଏକ ସପ୍ତାହର ହୋମ୍ ଆଇସୋଲେସନରେ ରହିବେ ୧୨ ରାଜ୍ୟରୁ ଆସୁଥିବା ବ୍ୟକ୍ତି

ଭୁବନେଶ୍ବର : କୋଭିଡ୍ ସଂକ୍ରମଣ ପୁଣି ବୃଦ୍ଧି ପାଇବା ପରେ ଅଧିକ ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ ଦେଶର ୧୨ଟି ରାଜ୍ୟରୁ ଆସୁଥିବା ବ୍ୟକ୍ତିଙ୍କ ପାଇଁ ଜାରି ହେଲା ଗାଇଡଲାଇନ୍ । ସମସ୍ତେ ଏକ ସପ୍ତାହର ହୋମ୍ ଆଇସୋଲେସନରେ ରହିବାକୁ ବାଧ୍ୟ ବୋଲି ନିର୍ଦ୍ଦେଶନାମା ଜାରି କରିଛନ୍ତି ରାଜ୍ୟ ସରକାର ।

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲ୍ଲାପାଳ, ମହାନଗର ନିଗମ କମିଶନର, ବିଜୁ ପଟ୍ଟନାୟକ ବିମାନ ବନ୍ଦର ଓ ଝାରସୁଗୁଡ଼ା ବିମାନ ବନ୍ଦରର ନିର୍ଦ୍ଦେଶକ, ପୂର୍ବତଟ ରେଳବାଇର ଜେନେରାଲ ମ୍ୟାନେଜରଙ୍କୁ ଚିଠି ଲେଖି ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି । ଦେଶର ଅନ୍ୟ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଓଡ଼ିଶାରେ ସତର୍କତାମୂଳକ ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ପ୍ରଦୀପ୍ତ ମହାପାତ୍ର ।

ବିଶେଷକରି ୧୨ଟି ରାଜ୍ୟ ଦିଲ୍ଲୀ, ମହାରାଷ୍ଟ୍ର, ତାମିଲନାଡୁ, କେରଳ, ଛତିଶଗଡ଼, ମଧ୍ୟପ୍ରଦେଶ, ତେଲେଙ୍ଗାନା, ପଶ୍ଚିମବଙ୍ଗ, ପଞ୍ଜାବ, ଚଣ୍ଡିଗଡ଼, କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶରୁ ଆସୁଥିବା ସମସ୍ତ ବ୍ୟକ୍ତିମାନଙ୍କୁ ବିମାନ ବନ୍ଦର ଓ ରେଳ ଷ୍ଟେସନରେ ପହଞ୍ଚିବା ପରେ ସେମାନଙ୍କର ସ୍କ୍ରିନିଂ କରାଯିବ। ଯେଉଁ ଯାତ୍ରୀମାନଙ୍କର କିଛି ଲକ୍ଷଣ ଦେଖାଯିବ ସେମାନଙ୍କୁ ବିମାନବନ୍ଦର କିମ୍ବା ରେଳ ଷ୍ଟେସନରେ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କରାଯିବ । ହୋମ୍ ଆଇସୋଲେସନରେ ଅବଧି ମଧ୍ୟରେ ଯଦି କୌଣସି ଲକ୍ଷଣ ଦେଖାଦିଏ ତା’ହେଲେ ସେମାନଙ୍କର ଆରଟି-ପିସିଆର ଟେଷ୍ଟ କରାଯିବ । କୋଭିଡ୍ ସଂକ୍ରମିତ ଥିବା ଜଣାପଡ଼ିଲେ ଗାଇଡଲାଇନ୍ ଅନୁସାରେ ଚିକିତ୍ସା କରାଯିବ । ମାସ୍କ ପିନ୍ଧିବା ସହ ସାମାଜିକ ଦୂରତ୍ୱକୁ କଡ଼ାକଡ଼ି ଭାବେ ପାଳନ କରାଯିବ ବୋଲି ଚିଠିରେ ଉଲ୍ଲେଖ ରହିଛି ।

Leave A Reply

Your email address will not be published.