ଭୁବନେଶ୍ୱର: ଆସନ୍ତାକାଲି ତଥା ଶୁକ୍ରବାର ଭୁବନେଶ୍ୱରେ ଅନୁଷ୍ଠିତ ହେବ ପୂର୍ବାଂଚଳ ପରିଷଦ ବୈଠକ । କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଏଥିରେ ଓଡିଶା, ବିହାର, ଝାଡଖଣ୍ଡ ଓ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଯୋଗଦେବେ । ଏଥିସହ ଏହିସବୁ ରାଜ୍ୟର କ୍ୟାବିନେଟ୍ ମନ୍ତ୍ରୀ ଏବଂ ମୁଖ୍ୟ ଶାସନ ସଚିବ, କେନ୍ଦ୍ର ସରକାରଙ୍କ ସଚିବ ଓ ଅତିରିକ୍ତ ସଚିବମାନେ ସାମିଲ ହେବା କାର୍ଯ୍ୟକ୍ରମ ରହିଛି ।
ଏହି ବୈଠକରେ ଆନଃ ରାଜ୍ୟ ଜଳବିବାଦ, କୋଇଲା ଖଣିଗୁଡିକର ପରିଚାଳନା ଏବଂ ରୟାଲିଟି, ବିଦ୍ୟୁତ ସରବରାହ, ରେଳ ପ୍ରକଳ୍ପ ନିମନ୍ତେ ଭିତ୍ତିଭୂମି, ପେଟ୍ରୋଲିୟମ ପ୍ରକଳ୍ପ, କେନ୍ଦ୍ରୀୟ ରାଜସ୍ୱର ପରିବଂଟନ, ଜଙ୍ଗଲ ଗତ ମଂଜୁରୀ, ସୀମା ସମ୍ପର୍କିତ ବିବାଦ ଭଳି ପ୍ରାୟ ୫୦ଟି ବିଭିନ୍ନ ବିଷୟ ଉପରେ ଆଲୋଚନା ହେବ ।
୧୯୫୬ ମସିହାରେ ୫ଟି ଆଂଚଳିକ ପରିଷଦ ଗଠିତ ହୋଇଥିଲା । କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ପ୍ରତ୍ୟେକ ଆଂଚଳିକ ପରିଷଦର ଅଧ୍ୟକ୍ଷତା କରୁଥିବା ବେଳେ ଆୟୋଜନକାରୀ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହାର ଦାୟିତ୍ୱ ତୁଲାଇଥାନ୍ତି । ଏଥିରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଥିବା ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା ହୋଇଥାଏ । ୨୦୧୮ ଅକ୍ଟୋବର ୧ ତାରିଖରେ କୋଲକୋତା ଠାରେ ପୂର୍ବାଂଚଳ ପରିଷଦର ଶେଷ ବୈଠକ ଅନୁଷ୍ଠତ ହୋଇଥିଲା ।
BREAKING NEWS
- ସିବିଆଇ ଅଫିସରେ ଥାଲାପତି ବିଜୟ…
- ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡ଼ିବ ଭିତ୍ତିପ୍ରସ୍ତର
- ଭାରତ-ବାଂଲାଦେଶ ବିବାଦରେ ପାକିସ୍ତାନର ଏଂଟ୍ରି
- Vande Mataram: ସମସ୍ତ ଶିକ୍ଷାନୁଷ୍ଠାନରେ ସାମୂହିକ ବନ୍ଦେ ମାତରମ୍ ଗାନ କଲେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ
- ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜର ବାକିତକ ମ୍ୟାଚରୁ ଓହରିଲେ ୱାଶିଂଟନ ସୁନ୍ଦର
- ସଫଳ ହେବ କି PSLV ମିଶନ ? ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା ରକେଟ୍
- ଇରାନ ଉତ୍ତେଜନା: ୫୩୮ଜଣଙ୍କ ମୃତ୍ୟୁ, ୧୦ ହଜାରରୁ ଊର୍ଦ୍ଧ୍ୱ ଗିରଫ
- Golden Globe Awards 2026: ଓୱେନ୍ କୁପର୍ଙ୍କୁ ଗୋଲ୍ଡେନ୍ ଗ୍ଲୋବ୍ ପୁରସ୍କାର
- ସୋଲାନରେ ଅଗ୍ନିକାଣ୍ଡ: ଶିଶୁ ମୃତ, ୯ ଆହତ
- ‘ମୁଁ ହେଇଥିଲେ, ଇରାନୀ ନେତାଙ୍କୁ ହତ୍ୟା କରିଥାନ୍ତି,’ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଖାମେନେଇଙ୍କୁ ଦେଲେ ଆଶ୍ଚର୍ଯ୍ୟଜନକ ଧମକ…
Comments are closed.