ଭୁବନେଶ୍ୱର: ଆସନ୍ତାକାଲି ତଥା ଶୁକ୍ରବାର ଭୁବନେଶ୍ୱରେ ଅନୁଷ୍ଠିତ ହେବ ପୂର୍ବାଂଚଳ ପରିଷଦ ବୈଠକ । କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଏଥିରେ ଓଡିଶା, ବିହାର, ଝାଡଖଣ୍ଡ ଓ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଯୋଗଦେବେ । ଏଥିସହ ଏହିସବୁ ରାଜ୍ୟର କ୍ୟାବିନେଟ୍ ମନ୍ତ୍ରୀ ଏବଂ ମୁଖ୍ୟ ଶାସନ ସଚିବ, କେନ୍ଦ୍ର ସରକାରଙ୍କ ସଚିବ ଓ ଅତିରିକ୍ତ ସଚିବମାନେ ସାମିଲ ହେବା କାର୍ଯ୍ୟକ୍ରମ ରହିଛି ।
ଏହି ବୈଠକରେ ଆନଃ ରାଜ୍ୟ ଜଳବିବାଦ, କୋଇଲା ଖଣିଗୁଡିକର ପରିଚାଳନା ଏବଂ ରୟାଲିଟି, ବିଦ୍ୟୁତ ସରବରାହ, ରେଳ ପ୍ରକଳ୍ପ ନିମନ୍ତେ ଭିତ୍ତିଭୂମି, ପେଟ୍ରୋଲିୟମ ପ୍ରକଳ୍ପ, କେନ୍ଦ୍ରୀୟ ରାଜସ୍ୱର ପରିବଂଟନ, ଜଙ୍ଗଲ ଗତ ମଂଜୁରୀ, ସୀମା ସମ୍ପର୍କିତ ବିବାଦ ଭଳି ପ୍ରାୟ ୫୦ଟି ବିଭିନ୍ନ ବିଷୟ ଉପରେ ଆଲୋଚନା ହେବ ।
୧୯୫୬ ମସିହାରେ ୫ଟି ଆଂଚଳିକ ପରିଷଦ ଗଠିତ ହୋଇଥିଲା । କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ପ୍ରତ୍ୟେକ ଆଂଚଳିକ ପରିଷଦର ଅଧ୍ୟକ୍ଷତା କରୁଥିବା ବେଳେ ଆୟୋଜନକାରୀ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହାର ଦାୟିତ୍ୱ ତୁଲାଇଥାନ୍ତି । ଏଥିରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଥିବା ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା ହୋଇଥାଏ । ୨୦୧୮ ଅକ୍ଟୋବର ୧ ତାରିଖରେ କୋଲକୋତା ଠାରେ ପୂର୍ବାଂଚଳ ପରିଷଦର ଶେଷ ବୈଠକ ଅନୁଷ୍ଠତ ହୋଇଥିଲା ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.