Latest Odisha News

BREAKING NEWS

ଆଶା ଓ ଅଙ୍ଗନୱାଡି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆଶା ଓ ଅଙ୍ଗନୱାଡି କର୍ମୀଙ୍କ ପାରିଶ୍ରମିକକୁ ବୃଦ୍ଧି ନେଇ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଶାକର୍ମୀ, ଅଙ୍ଗନୱାଡି ଏବଂ ଏଏନଏମ କର୍ମଚାରୀଙ୍କ ସହିତ ମତ ବିନିମୟ କରିବା ସମୟରେ ଏନେଇ ଘୋଷଣା କରିଛନ୍ତି ।

ସୂଚନା ଅନୁଯାୟୀ ଯେଉଁମାନେ ପୂର୍ବରୁ ୩ହଜାର ଟଙ୍କା ପାଉଥିଲେ ସେମାନେ ଏବେ ୪୫୦୦ ଟଙ୍କା ପାଇବେ । ସେହିପରି ଯେଉଁମାନେ ୨୨୦୦ ଟଙ୍କା ପାଉଥିଲେ ସେମାନେ ୩୫୦୦ ଟଙ୍କା ପାଇବେ । ଅଙ୍ଗନବାଡି ସହାୟିକାମାନଙ୍କୁ ପାରିଶ୍ରମିକ ମଧ୍ୟ ୧୫୦୦ ଟଙ୍କାରୁ ବୃଦ୍ଧି ପାଇ ୨୨୫୦ ଟଙ୍କା କରାଯାଇଛି ।

ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ ଘୋଷଣା କରିଛନ୍ତି ଯେ କମନ ଆପ୍ଲିକେସନ ସଫ୍ଟୱେୟାର(ଆଇସିଡିଏସ-ସିଏଏସ) ବ୍ୟବହାର କରୁଥିବା ଅଙ୍ଗନୱାଡି କର୍ମୀ ଏବଂ ସହାୟିକାମାନଙ୍କୁ ଅତିରିକ୍ତ ଭତ୍ତା ପ୍ରଦାନ କରାଯିବ ଏଥିସହିତ ଏହି ଭତ୍ତା ୨୫୦ ରୁ ୫୦୦ ଟଙ୍କା ମଧ୍ୟରେ ହେବାସହ ପ୍ରଦର୍ଶନ ଭିତ୍ତିକ ହେବ ।

ଅନ୍ୟପକ୍ଷରେ ସମସ୍ତ ଆଶାକର୍ମୀ ଏବଂ ସେମାନଙ୍କ ସହାୟିକାମାନଙ୍କୁ ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ଏବଂ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା ଅଧୀନରେ ମାଗଣା ବୀମାଭୁକ୍ତ କରାଯିବ । ଅନ୍ୟପକ୍ଷରେ ଆଶା କର୍ମୀମାନଙ୍କୁ କେନ୍ଦ୍ର ସରକାର ପ୍ରଦାନ କରୁଥିବା ନିୟମିତ ଭତ୍ତା ଦୁଇଗୁଣ କରାଯିବା ନେଇ ମଧ୍ୟ ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.