ଭୁବନେଶ୍ୱର: ସମଗ୍ର ଓଡ଼ିଶାରେ ବିଶେଷ କରି ଓଡ଼ିଶାର ପଶ୍ଚିମାଞ୍ଚଳ ଜିଲ୍ଲାସମୂହରେ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
କିପରି ହୁଏ ପାଳନ:
ଏହି ଦିନଟିର ଅମୃତବେଳା ବା ଶୁଭବେଳା ଜ୍ୟୋତିଷମାନଙ୍କ ଦ୍ଵାରା ନିର୍ଣ୍ଣୟ କରାଯାଇ ସେହି ମୁହୂର୍ତ୍ତରେ ନୂଆଭାବରେ ଅମଳ କରାଯାଇଥିବା ଷାଠିଆଧାନରୁ ପ୍ରସ୍ତୁତ ଅନ୍ନକୁ ରାନ୍ଧି ଭକ୍ଷଣ କରିଥାନ୍ତି । ନୂଆଧାନରୁ ପ୍ରସ୍ତୁତ ଚୁଡ଼ା, ଭାତ, କ୍ଷୀରି, ମଣ୍ଡାପିଠା ନିଜ ନିଜ ଘରେ ପ୍ରସ୍ତୁତ କରି ନିଜ ନିଜର ଇଷ୍ଟଦେବୀ, ଗ୍ରାମଦେବୀ (ମାଉଳୀ), ଦେବତା, ଆରାଧ୍ୟ ପାଖରେ ପ୍ରଥମେ ଅର୍ପଣ କରି ସମସ୍ତେ ଏକାଠି ବସି ଖାଇଥାନ୍ତି । ଖାଇସାରିବା ପରେ ଭେଟଘାଟ ପର୍ବ ଆରମ୍ଭ ହୁଏ । ପ୍ରଥମେ ଗ୍ରାମଦେବତୀଙ୍କ ପୀଠ ବା ଭାଗବତ ଟୁଙ୍ଗୀରେ ଏକାଠି ହୋଇ ମୁଣ୍ଡିଆ ମାରିସାରିବା ପରେ ସାନମାନେ ବଡ଼ମାନଙ୍କୁ ପ୍ରଣାମ ଜଣାଇ ଆଶୀର୍ବାଦ କାମନା କରିଥାନ୍ତି ।
ଭେଟଘାଟ ଶେଷ ହେବାପରେ ଗାଁରେ ଖେଳକୁଦ ପ୍ରତିଯୋଗିତା ହୋଇଥାଏ । ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ ।
ନୂଆଁଖାଇ ବାସି
ନୂଆଁଖାଇ ପରଦିନକୁ ନୂଆାଖାଇ ବାସି ବୋଲି କୁହାଯାଏ । ଏହି ଦିନଟିକୁ ମଉଜ ମଜଲିସର ଦିନ ଭାବେ ପାଳନ କରାଯାଏ । ନୂଆଖାଇ ଦିନ ନିଜର ଇଷ୍ଟଦେବୀଙ୍କୁ ଭୋଗଲାଗି କରୁଥିବାରୁ ସେଦିନ ପ୍ରାୟତଃ କେହି ଆଇଁଷ ଖାଆନ୍ତି ନାହିଁ । ସେଥିପାଇଁ ଏହି ଦିନ ଆଇଁଷ ଖାଇଥାନ୍ତି ।
ନୂଆଖାଇ ଗୀତ:
Comments are closed.