Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ

ଆଜି ଦିନର ମହତ୍ତ୍ୱ

 ତା ୨୧-୭-୨୦୨୦ ମଙ୍ଗଳବାର

ଆଜି ୨୦୨୦ ମସିହା ଜୁଲାଇ ତା ୨୧ ରିଖ ମଙ୍ଗଳବାର କର୍କଟ ୬ ଦିନ ଶ୍ରାବଣ  ମାସ  ଶୁକ୍ଳ ପକ୍ଷ ପ୍ରତିପଦା ତିଥି ପୂଷ୍ୟା ନକ୍ଷତ୍ର କର୍କଟ  ଚନ୍ଦ୍ର

ଘାତ ବାର: ମକର  ରାଶିର

ଆଜିର ନିଷେଧ ଖାଦ୍ୟ : ପାଣି କଖାରୁ

 

ମେଷ:
ଆଜି ଦେବଦର୍ଶନର ସୁଯୋଗ ମିଳିବ । ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ । ଯେଉଁ କାମ କରିବେ ସେଥିରେ ସଫଳତା ମିଳିବ । ମହିଳାମାନେ ସୌଭାଗ୍ୟବତୀ ହେବେ ।

ବୃଷ:
ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ୱାରା ଆପଣଙ୍କର ପ୍ରଶଂସା ହେବ।

ମିଥୁନ:
ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।

କର୍କଟ:
ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ୱନ୍ଦ୍ୱୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।

ସିଂହ:
ମନରେ ଦ୍ୱନ୍ଦ୍ୱ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।

କନ୍ୟା:
ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କମ୍ପାନୀରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।

ତୁଳା:
ନୂଆ ଆହ୍ୱାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ , ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।

ବିଛା:
ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।

ଧନୁ:
ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ୱେ୍ୱ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ ।

ମକର:
ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବଂ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେରେ ସଫଳତା ମିଳିବ।

କୁମ୍ଭ:
ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ ।

ମୀନ:
ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୁରତା ସହ ସ୍ୱୀକୃତି ମିଳିପାରେ।

Leave A Reply

Your email address will not be published.