Latest Odisha News

BREAKING NEWS

ଆଜି ସୁନାବେଶ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼: ସତର୍କ କଲା ପୋଲିସ

ପୁରୀ: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ସୁନାବେଶରେ ଦର୍ଶନ ଦେବେ ଶ୍ରୀବିଗ୍ରହ । ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ । ସୁନାବେଶ ପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ, ସନ୍ଧ୍ୟା ୫ଟାରୁ ସୁନାବେଶ ଆରମ୍ଭ ହେବ । ରାତି ୧୧ଟା ପର୍ଯ୍ୟନ୍ତ ସୁନାବେଶରେ ଦର୍ଶନ ଦେବା ପରେ ବେଶ ଓଲାଗି ହେବ । ଏହି ଅବସରରେ ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ ଦେଖିବାକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାକୁ ଥିବାବେଳେ, ଏବେ ଠାରୁ ଭକ୍ତଙ୍କ ପ୍ରବଳ ଭିଡ ପରିଲିକ୍ଷିତ ହେଲାଣି ।

ତେବେ ସୁନାବେଶ ଯେପରି ସୁରୁଖୁରୁରେ ସମ୍ପନ୍ନ ହେବ ଏହାକୁ ଦୃଷ୍ଟିରେ ରଖି ଅଧିକ ଭକ୍ତଙ୍କ ପ୍ରବଳ ମାତ୍ରାରେ ଆଗମନ ଯୋଗୁଁ ସତର୍କ କରାଇଲା ଓଡ଼ିଶା ପୋଲିସ ।

ରାଜ୍ୟ ପୋଲିସ ପକ୍ଷରୁ କୁହାଯାଇଛି ଯେ, ସହରରେ ଥିବା ପାର୍କିଂ ସ୍ଥାନଗୁଡ଼ିକ ପ୍ରାୟ ଭର୍ତ୍ତି ହୋଇସାରିଛି । ଉପଲବ୍ଧତା ଅନୁସାରେ ଏବେ ତାଳବଣିଆ ଓ ଷ୍ଟର୍ଲିଂରେ ପାର୍କିଂର ବ୍ୟବସ୍ଥା କରାଯାଉଛି । ବାଟଗାଁ/ମାଳତୀପାଟପୁରରେ ଶ୍ରଦ୍ଧାଳୁଙ୍କୁ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିପାରେ । ଏହାକୁ ଧ୍ୟାନରେ ରଖି ଯୋଜନା ପ୍ରସ୍ତୁତ କରିବାକୁ ଲୋକମାନଙ୍କୁ ନିବେଦନ କରିଛି ଓଡ଼ିଶା ପୋଲିସ ।

ତେବେ ରବିବାର ଭୋର ୬ଟାରୁ ସାଢ଼େ ୬ଟା ଭିତରେ ତିନି ରଥରେ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହୋଇଛି ତେବେ ସନ୍ଧ୍ୟା ୫ଟାରୁ ସୁନାବେଶ ଆରମ୍ଭ ହୋଇ ରାତି ୧୧ଟା ଭିତରେ ସୁନାବେଶ ଖୋଲାଯିବ ହେବ । ଏହାପରେ ୧୧ଟାରେ ଚନ୍ଦନଲାଗି, ରାତି ୧୨ଟାରେ ବଡସିଂହାର ବେଶ, ସାଢ଼େ ୧୨ଟାରେ ବଡ଼ସିଂହାର ଭୋଗ ଅନୁଷ୍ଠିତ ହେବ । ରାତି ସାଢ଼େ ଗୋଟାଏରେ ଶୟନ ଠାକୁର ବିଜେ କରିବେ । ଭୋର ୪ଟାରେ ହରିଶୟନ ନୀତି ପରେ ରାତ୍ର ପହୁଡ଼ ନୀତି ଅନୁଷ୍ଠିତ ହେବ ।

Comments are closed.