ଭୁବନେଶ୍ୱର: ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ମୋଡ଼। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ। ଏଥି ସହିତ ସୋମେଶ ଶତପଥୀଙ୍କୁ ଅନ୍ତରୀଣ ସୁରକ୍ଷା ମିଳିଛି। ଅର୍ପିତା ଓ ସୋମେଶଙ୍କ ଆଗୁଆ ଜାମିନ୍ ଆବେଦନ ଶୁଣାଣି କରି ହାଇାକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କେସ୍ ଡାଏରୀ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ହ୍ୟୁମାନ ସାଗରଙ୍କ ମାଆ ସେଫାଳି ସୁନାଙ୍କୁ ହାଇକୋର୍ଟ ନୋଟିସ୍ କରିଛନ୍ତି। ଆସନ୍ତା ୧୬ରେ ପରବର୍ତ୍ତୀ ଶୁଣାଣି ହେବ।
ଗତ ୨୧ ତାରିଖରେ ହ୍ୟୁମାନଙ୍କ ମା’ ସେଫାଳି ସୁନା ପୁଅର ମୃତ୍ୟୁ ରହସ୍ୟ ଉନ୍ମୋଚନ ପାଇଁ ମର୍କତନଗର ଥାନାରେ ଏତଲା ଦେଇଥିଲେ । ଏଥିରେ ସୋମେଶ ଶତପଥୀଙ୍କ ସମେତ ୯ ଜଣଙ୍କୁ ଅଭିଯୁକ୍ତ ଭାବେ ଦର୍ଶାଇଥିଲେ । ମା’ ସେଫାଳି ହ୍ୟୁମାନଙ୍କ ମୃତ୍ୟୁର କିଛି ସନ୍ଦିଗ୍ଧ କାରଣ ମଧ୍ୟ ଦର୍ଶାଇଛନ୍ତି । ସମ୍ଭବତଃ ବିଷ ଦିଆଯିବା, ଶାରୀରିକ ଆଘାତ ପହଞ୍ଚାଇବା, ମାନସିକ ନିର୍ଯାତନା ଦେବା, ଧମକଚମକ ଦେବା, ବିଭିନ୍ନ ଚାପ ପ୍ରୟୋଗ କରିବା ଓ ଆର୍ଥିକ ସ୍ତରରେ ଲାଭବାନ ହେବାର ଉଦ୍ଦେଶ୍ୟ ରଖିବା ଯୋଗୁଁ ହ୍ୟୁମାନଙ୍କର ମୃତ୍ୟୁ ହୋଇଥିବା ନେଇ ଏତଲାରେ ଆଶଙ୍କା କରିଛନ୍ତି ମା’ଶେଫାଳି ।
ଯେଉଁମାନଙ୍କ ନାଁରେ ଏତଲା ହୋଇଛି ସେମାନଙ୍କର ମଧ୍ୟ ସମାନ ତଥ୍ୟ ସଂଗ୍ରହ କରି ଯାଞ୍ଚ୍ କରିବାକୁ ହ୍ୟୁମାନ୍ଙ୍କ ମା’ ଦେଇଥିଲେ ଏତଲା। ଏହି ଘଟଣାରେ ସମ୍ଭାବ୍ୟ ଗିରଫଦାରୀକୁ ଏଡ଼ାଇବା ଲାଗି ଅର୍ପିତା ଓ ସୋମେଶଙ୍କ ଆଗୁଆ ଜାମିନ୍ ଆବେଦନ କରିଥିଲେ। ହାଇକୋର୍ଟ ମାମଲାର ଶୁଣାଣି କରି ଉଭୟଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି।
Comments are closed.