Latest Odisha News

BREAKING NEWS

ପ୍ରକାଶ ପାଇଲା ସିବିଏସ୍‍ଇ ଦଶମ ରେଜଲ୍ଟ, କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ଶତ ପ୍ରତିଶତ ସଫଳତା

ଭୁବନେଶ୍ବର : ପ୍ରକାଶ ପାଇଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା (ସିବିଏସ୍‍ଇ) ଦଶମ ଶ୍ରେଣୀ ପରୀକ୍ଷା ଫଳ । ଏଥିରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି । ସ୍କୁଲ୍‍ର ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୪୦% ଛାତ୍ରଛାତ୍ରୀ ୯୦% ରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ହାରାହାରି ୮୦% ନମ୍ବର ରଖିଛନ୍ତି ।

ସ୍କୁଲର ଛାତ୍ର ବୈଭବ କୁମାର ସର୍ବାଧିକ ୯୯.୪% ନମ୍ବର ରଖି ସ୍କୁଲ୍‍ ଟପ୍ପର ହୋଇଥିବା ବେଳେ, ୟସ୍‍ ଖଣ୍ଡେଲ୍‍ୱାଲ୍‍ ୯୯% ନମ୍ବର ରଖିଛନ୍ତି । କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲରେ ସିବିଏସ୍‍ଇ, ଆଇସିଏସ୍‍ଇ, ଆଇବିଡିପି ପାଠ୍ୟକ୍ରମରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନ କରାଯାଉଥିବା ବେଳେ, ଛାତ୍ରଛାତ୍ରୀମାନେ ଏହି ସବୁ ପାଠ୍ୟକ୍ରମରେ କ୍ରମାଗତ ଭାବେ ସଫଳତା ହାସଲ କରିଆସୁଛନ୍ତି । କେବଳ ଶିକ୍ଷାରେ ନୁହେଁ, ଅନ୍ୟାନ୍ୟ କ୍ଷେତ୍ରରେ ମଧ୍ୟ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ମଧ୍ୟ ଉତ୍ତମ ପ୍ରଦର୍ଶନ କରିଆସୁଛନ୍ତି ।

ସ୍କୁଲ୍‍ର ଏହି ସଫଳତାରେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆନନ୍ଦ ପ୍ରକାଶ କରିବା ସହ ସଫଳତା ହାସଲ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏଥିପାଇଁ ସେ ସ୍କୁଲ୍‍ର ଚେୟାରପର୍ସନ ଡ. ମୋନାଲିସା ବଳ ଏବଂ ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ତଥା ଅନ୍ୟାନ୍ୟ ଶିକ୍ଷକ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଶିକ୍ଷା ବ୍ୟତୀତ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ରାଜ୍ୟ ଓ ଜାତୀୟସ୍ତରରେ ମଧ୍ୟ ସଫଳତା ହାସଲ କରିଆସୁଛନ୍ତି ।

Leave A Reply

Your email address will not be published.