Latest Odisha News

BREAKING NEWS

ବିଜେପିରି ମିଶ୍ରଣ ପର୍ବ: କଂଗ୍ରେସ ଛାଡି ମିଶିଲେ ଶତାଧିକ ନେତା ଓ କର୍ମୀ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପୂର୍ବରୁ ବଳ ଗୋଟାଇବାରେ ଲାଗିଛି ବିଜେପି । କଂଗ୍ରେସ ଛାଡ଼ି ଆନୁଷ୍ଠାନିକ ଭାବେ ବିଜେପିରେ ମିଶିଛନ୍ତି କଂଗ୍ରେସର ବହୁ ନେତା ଓ କର୍ମୀ । ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ରାଜ୍ୟ କଂଗ୍ରେସର ମୁଖପାତ୍ର ତଥା ଓବିସି ସେଲ୍ ଅଧ୍ୟକ୍ଷ ଜ୍ଞାନ ରଞ୍ଜନ ବେହୁରାଙ୍କ ସମେତ ତାଙ୍କର ଶତାଧିକ ସମର୍ଥକ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇଛନ୍ତି ।

ସେହିପରି ଅବସରପ୍ରାପ୍ତ ବ୍ୟାଙ୍କ ଅଧିକାରୀ ମନୋଜ କୁମାର ପତି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । କେନ୍ଦ୍ରାପଡା ପାଟକୁରାର ବିଶିଷ୍ଟ ସମାଜସେବୀ ମନୀଷା ପଣ୍ଡା ଓ ତାଙ୍କର ଶତାଧିକ ସମର୍ଥକଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି ।

ଏହି ଅବସରରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ଭାରତୀୟ ଜନତା ପାର୍ଟି ପ୍ରତି ଦେଶବାସୀ ତଥା ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇ ଚାଲିଛି ଏବଂ ଆଗାମୀ ଦିନରେ ଓଡ଼ିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବ । ରାଜ୍ୟରେ ଅନ୍ୟ ଦଳମାନଙ୍କ ଅପେକ୍ଷା ଭାରତୀୟ ଜନତା ପାର୍ଟି ହିଁ ଓଡ଼ିଶାରେ ଏକମାତ୍ର ବିକଳ୍ପ ବୋଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି ।

ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେପିରେ ଯୋଗ ଦେଇଛି । ମୋର ଶେଷ ରକ୍ତବିନ୍ଦୁ ଥିବା ପର୍ଯ୍ୟନ୍ତ ଦଳ ପାଇଁ କାର୍ଯ୍ୟ କରିବା ସହ ଦଳର ମୁଠାକୁ ସଶକ୍ତ କରିବା ପାଇଁ ଚେଷ୍ଟା କରିବି ବୋଲି ମନୀଷା ପଣ୍ଡା କହିଛନ୍ତି ।

ଅନ୍ୟପଟେ ଶ୍ରୀ ବେହୁରା, ଶ୍ରୀ ପତି ଓ ଶ୍ରୀମତୀ ପଣ୍ଡାଙ୍କ ସମେତ ଅନ୍ୟ ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଏହି ମିଶ୍ରଣ ପର୍ବ ଅବସରରେ ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର, କେନ୍ଦ୍ରାପଡା ଜିଲ୍ଲା ସଭାପତି କିଶୋର ପଣ୍ଡା, କଟକ ଜିଲ୍ଲା ସଭାପତି ଲଲାଟେନ୍ଦୁ ବଡୁ ଓ ସଞ୍ଜୟ ରଥ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.