Latest Odisha News

BREAKING NEWS

ଛତିଶଗଡ଼ ସୁକମା ପୋଲିସ ନିକଟରେ ଆତ୍ମସମର୍ପଣ କଲେ ଶତାଧିକ ମାଓବାଦୀ

ଛତିଶଗଡ଼ : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକୁମା ଜିଲ୍ଲାରେ ପୋଲିସକୁ ବଡ଼ ସଫଳତା । ପୋଲିସର ପୁନା ନର୍କମ ଅଭିଜାନରେ ସୁକୁମା ଏସ.ପି.ଙ୍କ ପାଖରେ ଆତ୍ମସମର୍ପଣ କରିଛନ୍ତି ଶତାଧିକ ନକ୍ସଲ ସମର୍ଥକ । ଦୀର୍ଘ ବର୍ଷ ଧରି ଜାଗରକୋଣ୍ଡା ଓ ଚିନ୍ତଲନାଡ ଅଞ୍ଚଳକୁ ମାଓବାଦୀମାନେ ନିଜ କବଜାରେ ରଖିଥିଲେ । ଯାହା ଫଳରେ ସର୍ଚ୍ଚ ଅପରେଶନ ବେଳେ ଯବାନଙ୍କୁ ସଫଳତା ମିଳୁନଥିଲା । ଦିନେ ମାଓବାଦୀଙ୍କ କଥାରେ ପଡି ଜାଗରକୋଣ୍ଡା ଥାନା ଅନ୍ତର୍ଗତ କୁନ୍ଦେଡ ଓ ଚିନ୍ତଲନାଡ ଥାନା ଅନ୍ତର୍ଗତ ନାଗାରାମ ଗ୍ରାମର ଶତାଧିକ ଆଦିବାସୀ ମାଓ ସଙ୍ଗଠନରେ ସାମିଲ ହୋଇଥିଲେ । ହେଲେ ଏବେ ଏହି ମାଓ ସଙ୍ଗଠନର ହାତ ଛାଡି ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ଶତାଧିକ ମାଓବାଦୀ । ସେମାନଙ୍କ ନାଁରେ ପୂର୍ବରୁ ବିଭିନ୍ନ ଥାନାରେ ଥିବା ମାମଲା ପ୍ରତ୍ୟାହାର କରାଯିବା ସହ ସେମାନଙ୍କ ଗାଁକୁ ରାସ୍ତା ଓ ପାନୀୟ ଜଳ ସହ ଶିକ୍ଷା, ସ୍ବାସ୍ଥ୍ୟ ସୁବିଧା ଯୋଗାଇଦେବା ଲାଗି ଏସପିଙ୍କ ନିକଟରେ ଦାବି କରିଛନ୍ତି । ଖୁବଶୀଘ୍ର ସେମାନଙ୍କୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ସୁକମା ଏସପିସୁନିଲ ଶର୍ମା ।

Leave A Reply

Your email address will not be published.