ବ୍ରହ୍ମପୁର: ସ୍ତ୍ରୀର ଅଶ୍ଳୀଳ ଫୋଟ ସୋସିଆଲ ମିଡିଆରେ ପୋଷ୍ଟ କରିବା ସହ ଯୌତୁକ ନିର୍ଯାତନା ଅଭିଯୋଗରେ ସ୍ୱାମୀକୁ ଗିରଫ କରିଛି ଗଞ୍ଜାମ ଜିଲାର ବୁଗୁଡ଼ା ପୋଲିସ। ଗିରଫ ଅଭିଯୁକ୍ତ ହେଲେ ବୁଗୁଡ଼ା ଥାନା ମାଣିତରା ପଞ୍ଚାୟତ ଅନ୍ତର୍ଗତ ମଙ୍ଗରାଜପୁର ଡାଙ୍ଗିସାହିର ରାଜେନ୍ଦ୍ର ପ୍ରଧାନ ଓରଫ ମୁନା (୩୦)। ରାଜେନ୍ଦ୍ର ଗତ ବର୍ଷ ଫେବୃଆରୀ ୧୧ ତାରିଖରେ କରଚୁଲି ପଞ୍ଚାୟତ ଅନ୍ତର୍ଗତ ଜେକ ଗ୍ରାମର ବିବାହ କରିଥିଲେ। ବାହାଘର ପରଠୁଁ ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରିବାରେ ଉଭୟଙ୍କ ମଧ୍ୟରେ ଝଗଡ଼ା ଲାଗି ରହୁଥିଲା। ତେବେ ସ୍ତ୍ରୀର ଅଶ୍ଳୀଳ ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ୍ କରିଥିଲେ। ଏଥି ସହିତ ଯୌତୁକ ନିର୍ଯାତନା ଦେବା ଭଳି ଅଭିଯୋଗ ଆଣି ଗତ ୫ ତାରିଖରେ ପୋଲିସର ଦ୍ୱାରସ୍ଥ ହୋଇଥିଲେ ରାଜେନ୍ଦ୍ରଙ୍କ ସ୍ତ୍ରୀ। ଥାନାରେ ଏନେଇ ମାମଲା ରୁଜୁ ହୋଇଥିଲା। ପୋଲିସ ରାଜେନ୍ଦ୍ରଙ୍କୁ ଗିରଫ ସହ କୋର୍ଟ ଚାଲାଣ କରିଛି। ଅନ୍ୟପଟେ ପୋଲିସ ଉପସ୍ଥିତିରେ ଯୌତୁକ ସାମଗ୍ରୀ ତାଙ୍କ ସ୍ତ୍ରୀଙ୍କୁ ଫେରାଇ ଦିଆଯାଇଥିବା ଜଣାପଡିଛି।
BREAKING NEWS
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ
- Odisha CEO:ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ
- ରାଜଧାନୀ ଉପକଣ୍ଠରେ ବେଆଇନ ଗ୍ୟାସ୍ କାରବାରର ପର୍ଦ୍ଦାଫାଶ: ୭୯ଟି ଏଲପିଜି ସିଲିଣ୍ଡର ଜବତ
- ଆଇଟି କ୍ଷେତ୍ରରେ ଓଡ଼ିଶାକୁ ବଡ଼ ସଫଳତା: ୨୨ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏଆଇ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ
- ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଗର୍ଜିଲା ହିଟ୍ମ୍ୟାନ୍ଙ୍କ ବ୍ୟାଟ୍: ଶତକ ହାସଲ ପରେ ପଡ଼ିଆ ମଝିରେ ନାଚିଲେ ରୋହିତ

Comments are closed.