Latest Odisha News

BREAKING NEWS

ହାଇଦ୍ରାବାଦର ଏକ କବାଡିଆ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ, ୧୧ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ: ହାଇଦ୍ରାବାଦର ଏକ କବାଡିଆ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡରେ ୧୧ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେଠାରୁ ଜଣେ ବ୍ୟକ୍ତିଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି । ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଘଟଣା ପରେ ଚାରିଆଡେ ଆତଙ୍କ ଖେଳିଯାଇଥିଲା ।

ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ନିଆଁ ଏତେ ଭୟଙ୍କର ଥିଲା ଯେ ବର୍ତ୍ତମାନ ଯାଏଁ ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଉଦ୍ୟମ ଜାରି ରହିଛି ।

ତେବେ ଅଗ୍ନିକାଣ୍ଡରେ ଜୀବନ୍ତ ଦଗ୍ଧ ହୋଇଥିବା ସମସ୍ତ ଶ୍ରମିକଙ୍କ ଘର ବିହାରର ବୋଲି ଜଣାପଡିଛି । ସର୍ଟ ସର୍କିଟ ଯୋଗୁଁ ଏହି ଘଟଣା ଘଟିଥିବା ସନ୍ଦେହ କରାଯାଉଛି । ମୃତକଙ୍କ ପରିବାର ସହ ଯୋଗାଯୋଗ କରିବାକୁ ସ୍ଥାନୀୟ ପ୍ରଶାସନ ଚେଷ୍ଟା କରୁଛି ଯାହା ଦ୍ୱାରା ସେମାନଙ୍କ ମୃତଦେହ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରାଯାଇପାରିବ ।

କେଉଁ କାରଣରୁ ଏତେ ବଡ ଅଗ୍ନିକାଣ୍ଡ ଘଟି ଏତେ ଜଣଙ୍କ ଜୀବନ ଚାଲିଗଲା, ପ୍ରଶାସନ ପକ୍ଷରୁ ଘଟଣାସ୍ଥଳରେ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି ।

Leave A Reply

Your email address will not be published.