ଭୁବନେଶ୍ୱର: ଜେଲ୍ରୁ ମୁକୁଳିଳେ ନିଲମ୍ବିତ ଆଇଏଏସ୍ ବିଜୟ କେତନ । କୋର୍ଟ ପକ୍ଷରୁ ସର୍ତ୍ତମୂଳକ ଜାମିନ ମିଳିବା ପରେ ସେ ଝାରପଡା ଜେଲ୍ରୁ ମୁକୁଳିଛନ୍ତି । ସୋମବାର ତାଙ୍କୁ ହାଇକୋର୍ଟରୁ ଜାମିନ ମିଳିଥିଲା । ଜେଲ୍ରୁ ବାହାରିବା ପରେ ବିଜୟ କେତନ କହିଛନ୍ତି, ଅଦାଲତରେ ମାମଲା ବିଚାରଧୀନ ରହିଛି । କୋର୍ଟ ଯାହା ନିଷ୍ପତ୍ତି ନେବେ ତାକୁ ଗ୍ରହଣ କରିବି ବୋଲି ସେ କହିଛନ୍ତି ।
ସୂଚନାଯୋଗ୍ୟ ଯେ, ଗତ କିଛି ଦିନ ତଳେ ଉଦ୍ୟାନ କୃଷି ନିର୍ଦ୍ଦେଶକ ଥିବା ବେଳେ ଏକ ଲକ୍ଷ ଟଙ୍କା ଲାଂଚ ନେବା ଅଭିଯୋଗରେ ବିଜୟ କେତନଙ୍କୁ ଭିଜିଲାନ୍ସ ଗିରଫ କରିଥିଲା । ତେବେ ତାଙ୍କ ପତ୍ନୀ ଲାଂଚ ନେବା ଅଭିଯୋଗକୁ ଖଣ୍ଡନ କରିଥିଲେ ।
ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତରେ ତାଙ୍କ ଜାମିନ ଆବେଦନ ଖାରଜ ହେବା ପରେ ସେ ଗତ ୧୪ ତାରିଖ ଦିନ ଓଡ଼ିଶା ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ । ଗିରଫ ପରେ ତାଙ୍କୁ ଭିଜିଲାନ୍ସ ୬ ଦିନ ରିମାଣ୍ଡରେ ନେଇଥିଲା । ରିମାଣ୍ଡ ସରିବା ପରେ ବିଜୟ କେତନଙ୍କୁ ଜେଲ୍ ପଠାଇ ଦିଆଯାଇଥିଲା । ତେବେ ଆଜି ହାଇକୋର୍ଟ ବିଜୟ କେତନଙ୍କ ଜାମିନ ମଂଜୁର କରିଛନ୍ତି । ଏହାପରେ ସେ ଜେଲ୍ରୁ ମୁକୁଳିଛନ୍ତି ।
BREAKING NEWS
- ରକ୍ତରେ ଭିଜିଥିଲା କକପିଟ; ବଞ୍ଚାଇଲେ ଭାରତୀୟ ପାଇଲଟ୍, ପ୍ରଶଂସା କଲେ ବିଶ୍ୱ ନେତା
- ଟାଇମ୍ସ ହାୟର ଏଜୁକେସନ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୭; ଭାରତର ୪ର୍ଥ ସ୍ଥାନରେ କିଟ୍
- ପାର୍ବଣ ପୂର୍ବରୁ ମହଙ୍ଗା ମାଡ; କମର୍ସିଆଲ ସିଲିଣ୍ଡର ଦାମ୍ ୬୨ ଟଙ୍କା ବୃଦ୍ଧି
- ଗୁଆହାଟୀ ପିଚ୍ ଉପରେ ବର୍ଷିଲେ ଗୌତମ ଗମ୍ଭୀର: “ଏହା କ୍ରିକେଟ ନୁହେଁ, କେବଳ ବ୍ୟାଟିଂ”
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ
- Odisha CEO:ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା

Comments are closed.