ଭୁବନେଶ୍ୱର: ବଦଳିଲେ ବିଏମସି କମିସନର ପ୍ରେମଚନ୍ଦ୍ର ଚୋଧୁରୀ । ତାଙ୍କ ସ୍ଥାନରେ ସଞ୍ଜୟ ସିଂହଙ୍କୁ ବିଏମସିର ନୂଆ କମିଶନର ଭାବରେ ନିଯୁକ୍ତି ମିଳିଛି । ସଞ୍ଜୟ ସିଂ ଏବେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସହ ସୂଚନା ଓ ଲୋକସମ୍ପର୍କ ବିଭାର ସଚିବ ଥିଲେ । ବିଏମସି କମିଶନର ସହ ସେ ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ୱର ସ୍ମାର୍ଟ ସିଟି ସିଇଓ ଦାୟିତ୍ୱ ବି ତୁଲାଇବେ । ଏସବୁ ପଦରେ ଥିଲେ ପ୍ରେମଚନ୍ଦ୍ର ଚୌଧୁରୀ ।

ପ୍ରେମଚନ୍ଦ୍ର ଚୋଧୁରୀଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅଫିସର ଅନ ସ୍ପେଶାଲ୍ ଡ୍ୟୁଟି ଭାବରେ ନିଯୁକ୍ତି ଦିଆଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସଚିବ ବିଷ୍ଣୁପଦ ସେଠୀଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବ ଭାବରେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ସଞ୍ଜୟ ସିଂହ ତୁଲାଉଥିବା ଇଡକଲ୍ ସିଏମଡି ଦାୟିତ୍ୱ ଅତିରିକ୍ତ ଭାବରେ ପୂର୍ତ୍ତ ସଚିବ କ୍ରିଷ୍ଣନ କୁମାରଙ୍କୁ ଦିଆଯାଇଛି । ସେହିପରି ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କୁ ବୈଷୟିକ ଶିକ୍ଷା ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । କରୋନା ସମୟରେ ବିଏମସି କମିଶନରଙ୍କ ବଦଳିକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।
BREAKING NEWS
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
Comments are closed.