ଭୁବନେଶ୍ୱର: ବଦଳିଲେ ବିଏମସି କମିସନର ପ୍ରେମଚନ୍ଦ୍ର ଚୋଧୁରୀ । ତାଙ୍କ ସ୍ଥାନରେ ସଞ୍ଜୟ ସିଂହଙ୍କୁ ବିଏମସିର ନୂଆ କମିଶନର ଭାବରେ ନିଯୁକ୍ତି ମିଳିଛି । ସଞ୍ଜୟ ସିଂ ଏବେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସହ ସୂଚନା ଓ ଲୋକସମ୍ପର୍କ ବିଭାର ସଚିବ ଥିଲେ । ବିଏମସି କମିଶନର ସହ ସେ ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ୱର ସ୍ମାର୍ଟ ସିଟି ସିଇଓ ଦାୟିତ୍ୱ ବି ତୁଲାଇବେ । ଏସବୁ ପଦରେ ଥିଲେ ପ୍ରେମଚନ୍ଦ୍ର ଚୌଧୁରୀ ।

ପ୍ରେମଚନ୍ଦ୍ର ଚୋଧୁରୀଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅଫିସର ଅନ ସ୍ପେଶାଲ୍ ଡ୍ୟୁଟି ଭାବରେ ନିଯୁକ୍ତି ଦିଆଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସଚିବ ବିଷ୍ଣୁପଦ ସେଠୀଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବ ଭାବରେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ସଞ୍ଜୟ ସିଂହ ତୁଲାଉଥିବା ଇଡକଲ୍ ସିଏମଡି ଦାୟିତ୍ୱ ଅତିରିକ୍ତ ଭାବରେ ପୂର୍ତ୍ତ ସଚିବ କ୍ରିଷ୍ଣନ କୁମାରଙ୍କୁ ଦିଆଯାଇଛି । ସେହିପରି ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କୁ ବୈଷୟିକ ଶିକ୍ଷା ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । କରୋନା ସମୟରେ ବିଏମସି କମିଶନରଙ୍କ ବଦଳିକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।
BREAKING NEWS
- ଡରିବିନି ଡିସେମ୍ବରରେ ବାଂଲାଦେଶ ଯିବି, ‘ଭୟ ମୋର କର୍ତ୍ତବ୍ୟ ସ୍ଥିର କରିପାରିବ ନାହିଁ’ : ହସିନା
- ଅକ୍ଟୋବରରେ ୨୩ରେ ‘ପିପୁଲ୍ ଏଗେନଷ୍ଟ SIR’ ପକ୍ଷରୁ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା
- ଶ୍ରୀମନ୍ଦିରରେ ମା’ ବିମଳା ଦେବୀଙ୍କ ବିଶେଷ ନୀତି; କାଲି ସକାଳ ୮ଟାରୁ ଦର୍ଶନ ଆରମ୍ଭ
- ଅକ୍ଟୋବର ୨୦ରୁ ଏହି ୪ ମେମୁ ଟ୍ରେନ୍ ବାତିଲ…
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

Comments are closed.