Latest Odisha News

BREAKING NEWS

ପ୍ରଶାସନିକ ସ୍ତରରେ ଅଦଳବଦଳ

ଭୁବନେଶ୍ୱର:  ରାଜ୍ୟ ସରକାର ଆଇଏଏସ ସ୍ତରରେ  ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ  ବିଜ୍ଞପ୍ତି ପ୍ରକାଶ ପାଇଛି ।ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି  ଅନୁସାରେ –

୧୯୯୩ ବ୍ୟାଚ୍‌ ଆଇଏଏସ ତଥା ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ସଚିବ ଦେଓରଞ୍ଜନ ସିଂହଙ୍କୁ ରାଜ୍ୟ ଅବକାରୀ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଶ୍ରୀ ସିଂହ ଓଏମସି ଅଧ୍ୟକ୍ଷ, ଇଡକଲ ଅଧ୍ୟକ୍ଷ, ଓଏମସିଏଲର ଅଧ୍ୟକ୍ଷ ଦାୟିତ୍ୱ ମଧ୍ୟ ତୁଲାଇବେ। ଦେଓରଞ୍ଜନ ସିଂହ ଅବକାରୀ ସଚିବ ଭାବେ ଦାୟିତ୍ୱ ନେବା ପରେ ସୁଶୀଲ କୁମାର ଲୋହାନୀ ଏହି ପଦରୁ ଅବ୍ୟାହତ ନେବେ।

୧୯୯୫ ବ୍ୟାଚ୍‌ ଆଇଏଏସ ସୁଶୀଲ କୁମାର ଲୋହାନୀ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟଜଳ  ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଶ୍ରୀ ଲୋହାନୀ ଏବେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟ ତୁଲାଉଛନ୍ତି।

୧୯୯୭ ବ୍ୟାଚ୍‌ ଆଇଏଏସ୍‌ ତଥା ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହଙ୍କୁ ଅତିରିକ୍ତ ଭାବେ ବାଣିଜ୍ୟ କର ଓ ଜିଏସ୍‌ଟି କମିଶନ ଭାବେ ଦାୟିତ୍ୱ ଦିଆଯାଇଛି।  ସଞ୍ଜୟ କୁମାର ସିଂହ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ସଚିବ, ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ୱର ସ୍ମାର୍ଟସିଟି ପରିଚାଳନା ନିର୍ଦ୍ଦେଶ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

Leave A Reply

Your email address will not be published.