Latest Odisha News

BREAKING NEWS

ଆଇଏଏସ୍ ସ୍ତରରେ ଅଦଳବଦଳ, ରଞ୍ଜନ କୁମାର ଦାସ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୦୭ ବ୍ୟାଚର ଆଇଏଏସ୍ ରଞ୍ଜନ କୁମାର ଦାସ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ ହୋଇଛନ୍ତି । ପୂର୍ବରୁ ଶ୍ରୀ ଦାସ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଥିଲେ ।

ସେହିଭଳି ଏବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଥିବା ବୀର ବିକ୍ରମ ଯାଦବଙ୍କୁ ସ୍ୱତନ୍ତ୍ର ସଚିବ ଭାବେ ପଦୋନ୍ନତି ମିଳିଛି । ରଞ୍ଜନ ଦାସ ଦାୟିତ୍ୱ ନେବା ଯାଏ ବୀର ବିକ୍ରମ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରହିବେ । ୨୦୧୧ ବ୍ୟାଚର ଆଇଏଏସ୍ ଦିଲୀପ ରାଉତରାଇଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି । ଏଥିସହ ସେ ଅତିରିକ୍ତ ଭାବେ ଓଡ଼ିଶା ପରିବାରର ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ ।

୨୦୦୩ ମସିହାର ଆଇଏଏସ୍ ଶ୍ରୀକାନ୍ତ ପୃଷ୍ଟିଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ସରକାର ।

Leave A Reply

Your email address will not be published.