Latest Odisha News

BREAKING NEWS

ସୁବ୍ରତ ସାହୁଙ୍କୁ ଛତିଶଗଡର ମୁଖ୍ୟ ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ

ରାୟପୁର: ୧୯୯୨ ମସିହା ବ୍ୟାଚର ଆଇଏଏସ ଅଧିକାରୀ ସୁବ୍ରତ ସାହୁଙ୍କୁ ଛତିଶଗଡର ମୁଖ୍ୟ ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି।

ମୁଖ୍ୟ ଶାସନ ସଚିବ ଅମିତାଭ ଜୈନ ସ୍ୱାସ୍ଥ୍ୟ ଗତ କାରଣରୁ ଛୁଟିରେ ଯାଇଥିବା ହେତୁ ତାଙ୍କ ସ୍ଥାନରେ ଶ୍ରୀ ସାହୁଙ୍କୁ ନିଯୁକ୍ତ କରାଯାଇଥିବା ନେଇ ସରକାରୀ ବିଜ୍ଞପ୍ତି ନାମା ସାଧାରଣ ପ୍ରଶାସନ ବିଭାଗରୁ ପ୍ରକାଶ ପାଇଛି।

ଶ୍ରୀ ସାହୁ ଏବେ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କ କାର୍ଯ୍ୟାଳୟର ଦାୟିତ୍ୱ ସହିତ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଗୃହ ଓ ଜେଲ ପ୍ରଶାସନ, ଶକ୍ତି, ଇଲେକ୍ଟ୍ରୋନିକ୍ସ, ଆଇ.ଟି,ବାଣିଜ୍ୟ ଏବଂ ଶିଳ୍ପ ଆଦି ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ତୁଲାଉଛନ୍ତି।

ଏହା ପୂର୍ବରୁ ସେ ଛତିଶଗଡ ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବରେ ଦକ୍ଷତା ଓ ସ୍ୱଚ୍ଛତାର ସହିତ ନିର୍ବାଚନ ପରିଚାଳନା କରି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ପୁରସ୍କୃତ ହୋଇଛନ୍ତି।

ନିଜର ଅନନ୍ୟ ପାରଦର୍ଶିତା ଓ ଉଚ୍ଚକୋଟୀର କାର‌୍ୟ୍ୟକୁଶଳତା ପାଇଁ ଶ୍ରୀ ସାହୁ ପ୍ରଶାସନିକ ମହଲରେ ବେଶ ସୁନାମ ଅର୍ଜନ କରିଛନ୍ତିି। ସେ ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ସହଦେବ ସାହୁଙ୍କର ସୁପୁତ୍ର।

 

Comments are closed.