Latest Odisha News

BREAKING NEWS

ସର୍ବସାଧାରଣରେ ଛେପ ପକାଇଲେ ୫ଶହ ଟଙ୍କା ଫାଇନ୍‌

ଗଞ୍ଜାମ:ଏଣିକି ସର୍ବସାଧାରଣରେ ଛେପ ପକାଇଲେ ଗଣିବାକୁ ପଡିବ ମୋଟା ଅଙ୍କର ତଣ୍ଡ । ଯଦି କେହି ବ୍ୟକ୍ତି ବାହାରେ ଛେପ ପକାଉଛନ୍ତି ତେବେ ତାଙ୍କୁ ୫ଶହ ଟଙ୍କା ଫାଇନ୍ ଦେବାକୁ ପଡିବ । ଗଂଜାମ ଜିଲ୍ଲାରେ ଏହି ନିୟମ ଲାଗୁ କରାଯାଇଛି । ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଟ୍ୱିଟ ଜରିଆରେ ଏହି ସୂଚନା ଦେଇଛନ୍ତି ।

ଜିଲ୍ଲାପାଳ ଟ୍ୱିଟ୍ କରି ଲେଖିଛନ୍ତି ଯେ, ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୫୦୦ ଟଙ୍କା ଜରିମାନା ଦେବାକୁ ପଡ଼ିବ । ଏହାସହ ମାସ୍କ ପିନ୍ଧିବା ନେଇ ମଧ୍ୟ କଡ଼ା ନିର୍ଦ୍ଦେଶନାମା ଜାରି ହୋଇଛି।ମୁହଁରେ ମାସ୍କ, ରୁମାଲ କିମ୍ବା ଗାମୁଛା ବାନ୍ଧି ନ ଥିଲେ ୨୦୦ ଟଙ୍କା ଜୋରିମାନ ଦେବାକୁ ପଡ଼ିବ। ସେହିପରି ଜିଲ୍ଲାରେ ଲୋକମାନେ ପରସ୍ପର ମଧ୍ୟରେ ଦୁଇ ମିଟର ସାମାଜିକ ଦୂରତା ବଜାୟ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଜାରି ହୋଇଛି। ଜିଲ୍ଲାର ପ୍ରମୁଖ ଅଧିକାରୀମାନଙ୍କୁ ଚିଠି ଲେଖି ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କୁ ସଚେତନ କରାଇବା ସହ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ସେ କହିଛନ୍ତି।

Leave A Reply

Your email address will not be published.