Latest Odisha News

BREAKING NEWS

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଓଡିଶାର ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳ ଉପରେ ଥିବା ଲଘୁଚାପ ବଳୟ ଅପସରି ଯାଇ ଏବେ ଛତିଶଗଡ ଓ ତାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘନୀଭୂତ ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି । ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରାୟ ୫ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । ଜିଲ୍ଲା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ବରଗଡ ଓ ନୂଆପଡା ରହିଛି । ଏଥିସହ ଆଭ୍ୟନ୍ତରୀଣ ଦକ୍ଷିଣ ଓଡିଶାର ସ୍ଥାନେସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ସୂଚନା ଦିଆଯାଇଛି ।

ଏହାଛଡା ବିଭାଗ ପକ୍ଷରୁ ଆସନ୍ତା ଅଗଷ୍ଟ ୧୩ ତାରିଖ ବେଳକୁ ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ସୂଚନା ମିଳୁଛି । ଏହି ଳଘୁଚାପ ହେଲେ ରାଜ୍ୟରେ ପୁଣିଥରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନାକୁ ଏଡାଇ ଦିଆଯାଇନପାରେ ।

Leave A Reply

Your email address will not be published.