Latest Odisha News

BREAKING NEWS

ଭାରତୀୟ ପାଣିପାଗ ବିଭାଗର ସୂଚନା, ବାତ୍ୟା ନୁହେଁ କେବଳ ବର୍ଷା ହେବ

ଭୁବନେଶ୍ବର : ବାତ୍ୟା ନୁହେଁ, କେବଳ ବର୍ଷା ହେବ । ଏଭଳି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଆସନ୍ତାକାଲି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ କେନ୍ଦ୍ରୀଭୂତ ହେବ । ୧୬ ତାରିଖରେ ଲଘୁଚାପ କ୍ଷେତ୍ର ଭାବେ ଏହା ଉପକୂଳ ଦେଇ ଅତିକ୍ରମ କରିବ । ଏହାର ପ୍ରଭାବରେ ଆଜିଠୁ ୧୭ ତାରିଖ ପର୍ଯ୍ୟନ୍ତ ଉପକୂଳ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ପ୍ରଥମେ ଉପକୂଳ ଓ ପରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ବଢ଼ିବ । ଅଳ୍ପ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଇଏମ୍‌ଡି ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୧୭ ତାରିଖ ବେଳକୁ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ଲଘୁଚାପ କ୍ଷେତ୍ର ବାତ୍ୟା ରୂପ ନେବାର କୌଣସି ସମ୍ଭାବନା ନାହିଁ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

Leave A Reply

Your email address will not be published.