Latest Odisha News

BREAKING NEWS

କମିବ ଶୀତ ପ୍ରକୋପ, ୧୨ ଜିଲ୍ଲାରେ ବର୍ଷିବ

ଭୁବନେଶ୍ଵର: ରାଜ୍ୟରେ ଗତ କିଛି ଦିନ ହେବ ଶୀତ ଲହରି ଜାରି ରହିଥିବା ବେଳେ ଗତକାଲିଠୁ କମିଛି ଶୀତ । ଆକାଶ ମେଘୁଆ ରହିବା ସହ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ କାଁ ଭାଁ ହାଲୁକା ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ଗଂଜାମ, ନୟାଗଡ, ଗଜପତି, ଗଂଜମ, କୋରାପୁଟ୍, ମାଲକାନଗିରି ଜିଲ୍ଲାର ଗୋଟିଏ ୨ ଟି ଜାଗାରେ ଆଜି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଆସନ୍ତାକାଲି ମୟୂରଭଂଜ, କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ମାଲକାନଗିରି, କୋରାପୁଟ, ରାୟଗଡା, କଳାହାଣ୍ତି, ନବରଙ୍ଗପୁରରେ କାଁ ଭାଁ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଡିସେମ୍ବର ପହିଲାରୁ ରାଜ୍ୟରେ ପାଗ ଶୁଖିଲା ରହିବ। ବର୍ତ୍ତମାନ ରାଜ୍ୟରେ ଶୀତର ପ୍ରକୋପ କମିବ। ଦିନକ ପରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିପାରେ ନୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ସେପଟେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ । ଆଜି ଏହା ଉତ୍ତର- ପଶ୍ଚିମ ଦିଗରେ ଗତି କରିବା ସହ ଅବପାତର ରୂପ ନେଇ ଆସନ୍ତାକାଲି ସୁଦ୍ଧା ତାମିଲନାଡୁ ଓ ପଣ୍ଡିଚେରୀ ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିମି ଯାଏ ରହିବ । ଝଟକା ପବନର ବେଗ ଘଣ୍ଟାପ୍ରତି ୬୬ କିମି ଯାଏ ରହିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବାତ୍ୟାର ପ୍ରଭାବ ସିଧାସଳଖ ଭାବେ ଓଡ଼ିଶାରେ ନଥିବା ବେଳେ ବାୟୁର ଦିଗ ପରିବର୍ତ୍ତନକୁ ନେଇ ସମୁଦ୍ର ମଧ୍ୟରୁ ସ୍ଥଳଭାଗକୁ ଆର୍ଦ୍ର ବାୟୁ ପ୍ରବେଶ କରୁଛି । ଫଳରେ ଆର୍ଦ୍ରତାର ମାତ୍ରା ଅଧିକା ରହୁଛି ବୋଲି କହିଛି ପାନିପାଗ ବିଭାଗ ।

Comments are closed.