Latest Odisha News

ସକ୍ରିୟ ଲଘୁଚାପ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ଆଜିଠୁ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ -ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ସେପଟେ ପ୍ରବଳ ବର୍ଷା କାରଣରୁ ତଳି ଅଞ୍ଚଳରେ ପାଣି ଜମିବା ନେଇ ସତର୍କ କରାଇଲେ ଏସ୍ଆର୍‌ସି ।

କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହୋଇପାରେ । ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟ ରହିବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସମୁଦ୍ର ମଧ୍ୟ ଅଶାନ୍ତ ରହିଛି । ୩ ଦିନ ପର୍ଯ୍ୟନ୍ତ ଗଭୀର ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ୧୦ଟି ସ୍ଥାନରେ ପ୍ରବଳ ବର୍ଷା ଓ ୩ଟି ସ୍ଥାନରେ ଅତିପ୍ରବଳ ବର୍ଷା ରେକର୍ଡ କରାଯାଇଥିବା ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ।

Leave A Reply

Your email address will not be published.