Latest Odisha News

ଆସନ୍ତା ତିନି ଘଣ୍ଟା ପାଇଁ ଏହି ୬ ଜିଲ୍ଲାରେ ପ୍ରବଳ ବର୍ଷିବ; ଜାରି ହେଲା ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର:ଆସନ୍ତା ତିନି ଘଣ୍ଟା ପାଇଁ ୬ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଦେଇଛି ପାଣିପାଗ । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ । ଲଘୁଚାପ ପ୍ରଭାବରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର ଜିଲ୍ଲା ପାଇଁ ରେଡ ୱର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୪ ଜିଲ୍ଲାକୁ ଅରେଞ୍ଜ  ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଏହି ୪ ଜିଲ୍ଲା ହେଉଛି ରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର । ଅନ୍ୟପକ୍ଷେ ୩ ଘଣ୍ଟା ପାଇଁ କଟକ ସହର ଓ ଭୁବନେଶ୍ବରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଦୁଇ ଦିନ ହେଲା ସାରା ରାଜ୍ୟରେ ବର୍ଷା ବିତ୍ପାତ ଲାଗି ରହିଛି । ଆଗାମୀ ଦୁଇ ଦିନ ଅଧିକରୁ ଅଧିକ ବର୍ଷା ଆଶଙ୍କା ଥିବା ଚେତାବନୀ ଦେଇଛି ପାଣପାଗ ବିଭାଗ । ୧୭ ଜିଲ୍ଲାକୁ ସତର୍କ ରହିବା ପାଇଁ ପରାମର୍ଶ ଦେଇଛନ୍ତି ଏସଆରସି । ଏହି ଜିଲ୍ଲାଗୁଡିକ ହେଲା ଅନୁଗୁଳ, ବାଲେଶ୍ୱର, ବରଗଡ଼, ବୌଦ୍ଧ, ଭଦ୍ରକ, ବଲାଙ୍ଗୀର, ଢେଙ୍କାନାଳ, ଗଜପତି, ଝାରସୁଗୁଡ଼ା, ଯାଜପୁର, କନ୍ଧମାଳ, କେଉଁଝର, କଳାହାଣ୍ଡି, ମୟୂରଭଞ୍ଜ, ନୂଆପଡ଼ା, ସମ୍ବଲପୁର ଓ ସୋନପୁର । ଏପରିକି ଏ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରି ବର୍ଷା ପାଇଁ ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି।

ସମସ୍ତ ଜିଲ୍ଲା ସ୍ୱାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସାପ କାମୁଡ଼ା ଇଞ୍ଜେକସନ ରଖିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ବୌଦ୍ଧ, ମୟୂରଭଞ୍ଜ, ସୁବର୍ଣ୍ଣପୁର, ଅନୁଗୁଳ, ବଲାଙ୍ଗୀର, କନ୍ଧମାଳ, ସମ୍ୱଲପୁର, ଯାଜପୁର ଓ ଭଦ୍ରକରେ ଅଗ୍ନିଶମ ବାହିନୀ ଓ ଜରୁରୀ କାଳୀନ ସେବା କର୍ମଚାରୀଙ୍କୁ ମୁତୟନ ପାଇଁ କୁହାଯାଇଛି ।

Comments are closed.