Latest Odisha News

୬ ଜିଲ୍ଲାରେ ଘନ କୁହୁଡି, ପାଣିପାଗ ବିଭାଗର ସତର୍କ ସୂଚନା

ଭୁବନେଶ୍ୱର: ଓଡିଶାର ୬ଟି ଜିଲ୍ଲାରେ ଘନ କୁହୁଡି ସୃଷ୍ଟି ହେବା ନେଇ ଶନିବାର ଦିନ ୟୋଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଜାନୁଆରୀ ୩ ଓ ୪ ତାରିଖ ଦିନ ଅନୁଗୁଳ, କଟକ, ଜଗତସିଂହପୁର, ଭଦ୍ରକ, କନ୍ଧମାଳ ଏବଂ କେନ୍ଦ୍ରାପଡା ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି କରିଛି।

ତେବେ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବ ବୋଲି ଆଇଏମଡି କହିଛି।

Leave A Reply

Your email address will not be published.