Latest Odisha News

BREAKING NEWS

୫ରୁ ଊର୍ଧ୍ବ ଜିଲ୍ଲାକୁ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାକୁ କୁହୁଡ଼ି ପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଯାଜପୁର ଓ ଭଦ୍ରକ ଆଦି ରହିଛି ।

ଏସହିତ ଦକ୍ଷିଣ ଉପକୂଳ ଓଡ଼ିଶା, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବା ସମ୍ଭାବନା ରହିଛି।

ଜାନୁଆରି ୨୬ରୁ  ୨୭ ତାରିଖ ମଧ୍ୟରେ କନ୍ଧମାଳ, ଗଞ୍ଜାମ, ଗଜପତି, ଖୋର୍ଧା, ପୁରୀ, ନୟାଗଡ଼, କଟକ ଓ ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନକୁ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଜାନୁଆରି ୨୮ରୁ ୨୯ ତାରିଖ ମଧ୍ୟରେ ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲ୍ଲା ସମେତ ୨୯ରୁ ୩୦ ତାରିଖ ମଧ୍ୟରେ ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୁଳ ଓ ଦେବଗଡ଼ ଆଦି ଜିଲ୍ଲାରେ ଶୀତ ଲହରି ପ୍ରଭାବିତ ହେବ।

Comments are closed, but trackbacks and pingbacks are open.