Latest Odisha News

BREAKING NEWS

ପ୍ରବଳ ବର୍ଷା ଆଶଙ୍କା: ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅନୁଭୁତ ହୋଇଥିବା ଘୂର୍ଣ୍ଣିବଳୟ କ୍ରମେ ଲଘୁଚାପରେ ରୂପାନ୍ତରିତ ହେଉଛି । ତେଣୁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାର ୧୧ଟି ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସତର୍କ ସୂଚନା ଜାରି କରାଯାଇଛି ।

ଆଜି ସକାଳେ ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ. ଆର. ବିଶ୍ୱାଳ ଓଡ଼ିଶାରେ ଆଗାମୀ କିଛି ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଯେଉଁ ୧୧ଟି ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ସେହି ଜିଲ୍ଲା ଗୁଡ଼ିକ ହେଲା – ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ ଯାଜପୁର ।

ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି, ସେହି ଜିଲ୍ଲାଗୁଡ଼ିକ ହେଲା – ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଦେଓଗଡ଼, ଅନୁଗୁଳ, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, କଳାହାଣ୍ଡି, ଯାଜପୁର, ଜଗତସିଂହପୁର ଏବଂ କଟକ ।

ତେବେ ୧୯ ତାରିଖ ସନ୍ଧ୍ୟାରୁ ପ୍ରବଳ ବର୍ଷା ଆରମ୍ଭ ହୋଇ ୨୦ ତାରିଖ ରାତି ବେଳକୁ ବର୍ଷା ପ୍ରଭାବ ଥମିବ ବୋଲି ପାଣିପାଗ କେନ୍ଦ୍ର କହିଛନ୍ତି । ପାଣିପାଗ କେନ୍ଦ୍ର ସୂଚନାନୁଯାୟୀ ୨୧ ତାରିଖ ଦିନ କିନ୍ତୁ କିଛି ଜିଲ୍ଲାରେ ପବନ ସହିତ ପ୍ରବଳ ବୃଷ୍ଟିପାତ ହେବ । ସେହି ଜିଲ୍ଲା ଗୁଡ଼ିକ ହେଲା – ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, କେନ୍ଦୁଝର ଏବଂ ମୟୁରଭଞ୍ଜ ।

ଏହି ସମୟ ମଧ୍ୟରେ ଉପକୂଳବର୍ତ୍ତୀ ଜିଲ୍ଲାରେ ମତ୍ସ୍ୟଜୀବି ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରିଛନ୍ତି ପାଣିପାଗ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ । ଏପରିକି ବୃଷ୍ଟିପାତ ଓ ଘଡ଼ଘଡ଼ି ସମୟରେ ନିରାପଦ ସ୍ଥାନ ମାନଙ୍କରେ ଜନସାଧାରଣଙ୍କୁ ରହିବାକୁ ପରାମର୍ଶ ଦେଇଛନ୍ତି ପାଣିପାଗ ବିଭାଗ ।

Leave A Reply

Your email address will not be published.