Latest Odisha News

BREAKING NEWS

ଝଡ଼ବର୍ଷା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶାର ୧୦ଟି ଜିଲ୍ଲା ପାଇଁ ଏକ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଏଥିସହିତ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଝଡ଼ବର୍ଷା, ବଜ୍ରପାତ ସହ ପ୍ରବଳ ପବନ ହେବାର ପୂର୍ବାନୁମାନ କରିଛି।

ପାଣିପାଗ ବିଭାଗ ଅନୁଯାୟୀ, ବର୍ଷା ପାଇଁ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ଗୁଳୁଗୁଳି ଜାରି ରହିଛି। କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ୪୦ ରୁ ୫୦ କିମି ପବନ ବହିବାର ଆଶଙ୍କା ରହିଛି। ସେହିଭଳି ଆସନ୍ତାକାଲି ପୁରା ରାଜ୍ୟକୁ ବିଜୁଳି ଘଡ଼ଘଡ଼ି ସହ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ କେନ୍ଦ୍ର।

ତେବେ ରବିବାର ସମସ୍ତ ଜିଲାରେ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଥିବାବେଳେ କନ୍ଧମାଳ, ରାୟଗଡ଼ା ଏବଂ କୋରାପୁଟ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ଅପରପକ୍ଷରେ ଜୁନ୍ ୩୦ ତାରିଖ ଓ ଜୁଲାଇ ୧ ତାରିଖରେ ସାରା ରାଜ୍ୟରେ ବର୍ଷାର ପ୍ରଭାବ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।

Comments are closed.