Latest Odisha News

BREAKING NEWS

ଝଡ଼ବର୍ଷା ନେଇ ୨ ଜିଲ୍ଲାକୁ ଅରେଞ୍ଜ ସତର୍କତା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶୁକ୍ରବାର ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ଓଡ଼ିଶାର ଦୁଇଟି ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି କରିଛି।

ଏହି ସମୟ ମଧ୍ୟରେ ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ଅନେକ ସ୍ଥାନରେ ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହିତ ମଧ୍ୟମ ଧରଣର ଝଡ଼ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି। ପାଣିପାଗ ସଂସ୍ଥା ଅନୁଯାୟୀ, ଶୁକ୍ରବାର ରାଜ୍ୟର ସମସ୍ତ ଜିଲ୍ଲାରେ ବଜ୍ରପାତ ଏବଂ ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

 

Comments are closed.