Latest Odisha News

ଆଗାମୀ ୧୨ ଘଣ୍ଟା ମଧ୍ୟରେ ପ୍ରବଳ ବୃଷ୍ଟିପାତ ସମ୍ଭାବନା, କେଉଁ ୯ଟି ଜିଲ୍ଲାରେ ବର୍ଷିବ ଜାଣନ୍ତୁ…

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ୯ଟି ଜିଲ୍ଲାରେ ପ୍ରବଳ ବୃଷ୍ଟିପାତ ହେବାନେଇ ସୂଚନା ଦିଆଯାଇଛି ।

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ଯୋଗୁଁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଓଡ଼ିଶାର ନିକଟବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି ।

ଏହାକୁ ଦୃଷ୍ଟିରେ ରଖି ଆଇଏମଡ଼ି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ସେପ୍ଟେମ୍ବର ୫

(ଅରେଞ୍ଜ ୱାର୍ଣ୍ଣିଂ)

ରାଜ୍ୟର କୋରାପୁଟ, ଗଞ୍ଜାମ, କନ୍ଧମାଳ, ସୋନପୁର, ବୌଦ୍ଧ ଏବଂ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବୃଷ୍ଟିପାତ ହେବ ।

(ୟେଲୋ ୱାର୍ଣ୍ଣିଂ)

ସେହିପରି ଗଜପତି, ମାଲକାନଗିରି, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କଟକ ଏବଂ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

ସେପ୍ଟେମ୍ବର ୬

(ଅରେଞ୍ଜ ୱାର୍ଣ୍ଣିଂ)

କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଏବଂ ବରଗଡ଼ରେ ବୃଷ୍ଟିପାତ ହେବ ।

(ୟୋଲୋ ୱାର୍ଣ୍ଣିଂ)

ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ ଏବଂ ଦେଓଗଡ଼ରେ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ।

ସେପ୍ଟେମ୍ବର ୭

(ୟେଲୋ ୱାର୍ଣ୍ଣିଂ)

ନବରରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲା ।

ସେପ୍ଟେମ୍ବର ୯

(ୟେଲୋ ୱାର୍ଣ୍ଣିଂ)

ମାଲକାନଗିରି, ମୟୂରଭଞ୍ଜ, ସୁନ୍ଦରଗଡ଼, କଟକ, ଢେଙ୍କାନାଳ, ପୁରୀ ଏବଂ କେନ୍ଦୁଝର ।

ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଅଗଷ୍ଟ ୮ ତାରିଖରେ ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ନଥିଲେ ମଧ୍ୟ ରାଜ୍ୟର କେତେକ ମଧ୍ୟବର୍ତ୍ତୀ ଅଞ୍ଚଳ ଏବଂ କିଛି ଉପକୂଳବର୍ତ୍ତୀ ଜିଲ୍ଲାର କେତେକ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ଅନୁଭୁତ ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.