Latest Odisha News

BREAKING NEWS

ଖରାରେ ସିଜୁଛି ସାରା ଓଡିଶା, ସାଢ଼େ ୨ଟା ସୁଦ୍ଧା ୪୩.୬ ଡିଗ୍ରୀ ଛୁଇଁଲା ତାତି

ଭୁବନେଶ୍ଵର: ଖରାରେ ସିଜୁଛି ସାରା ଓଡିଶା । ସକାଳୁ ଅସହ୍ୟ ଗରମ ଓ ଗୁଳୁଗୁଳି । ୪୩.୬ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡା ଓ କେନ୍ଦୁଝର ପାଲଟିଛି ସବୁଠାରୁ ଉତ୍ତପ୍ତ ସହର । ଭୁବନେଶ୍ୱରରେ ୪୧.୬, ବାଲେଶ୍ୱରରେ ୪୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ରାଉରକେଲାରେ ୪୧.୮, ଚାନ୍ଦବାଲିରେ ୪୧.୬, ସମ୍ବଲପୁରରେ ୪୧.୭, ହୀରାକୁଦରେ ୪୧.୮, ପୁରୀରେ ୩୪.୬, ପାରାଦୀପରେ ୩୩.୫ ଓ ଗୋପାଳପୁରରେ ୩୩.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ସେପଟେ ଆଜି ଗ୍ରୀଷ୍ମ ପ୍ରବାହ ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୋଳ ଜିଲ୍ଲାର କିଛି ସ୍ଥାନରେ ଆଜି ଗ୍ରୀଷ୍ମ ପ୍ରବାହ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ୱର, ଯାଜପୁର, ଢେଙ୍କନାଳ, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ଦେଖାଦେଇପାରେ ବୋଲି କହିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.