Latest Odisha News

ପ୍ରବଳ ବର୍ଷା ସାଙ୍ଗକୁ ଘଡଘଡି, ଏହି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ଵର: ଅସହ୍ୟ ଗରମ ଭିତରରେ ସାମାନ୍ୟ ଆଶ୍ଵସ୍ତି ଦେଇଛି ବର୍ଷା । ଆଗାମୀ ୩ ଘଣ୍ଟା ପାଇଁ ବିଜୁଳି, ଘଡ଼ଘଡି ସହ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ପୁରୀ, ଗଂଜାମ, କଟକ, ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେପଟେ ଉତ୍ତର ବଙ୍ଗୋପସାଗରରେ ଓ ତାର ପାଶ୍ୱବର୍ତ୍ତୀ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା କାରଣରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଢେଙ୍କାନାଳ, କଟକ, ଗଞ୍ଜାମ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, ମୟୂରଭଂଜ ଓ କେନ୍ଦୁଝରରେ ହାଲୁକରୁ ମଧ୍ୟମଧରଣର ବର୍ଷା ଜାରି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

 

Leave A Reply

Your email address will not be published.