Latest Odisha News

BREAKING NEWS

Weather update: ଆଗାମୀ ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼କୁ ରେଡ ଆଲର୍ଟ; ଏପଟେ ଆହୁରି ୫ ଦିନ ବର୍ଷା…

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଏପଟେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼କୁ ରେଡ ଆଲର୍ଟ ଜାରି ହୋଇଛି।

ସେହିପରି ଚାରି ଜିଲ୍ଲା ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ଅତି ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବିଜୁଳି ଘଡଘଡି ହେବାର ସମ୍ଭାବନା ମଧ୍ୟ ରହିଛି ।

ଏଥିସହ ଘୁର୍ଣ୍ଣିବଳୟର ପ୍ରଭାବରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଲାଗିରହିବ। ଆହୁରି ମଧ୍ୟ ୨୩ ତାରିଖ ଯାଏଁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ମନା କରାଯାଇଛି ।

 

Comments are closed.