Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୭ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ଓଡିଶାର ପ୍ରାୟ ୭ଟି ଜିଲ୍ଲାରେ ବିଜୁଳି ଓ ଘଡଘଡି ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।

ଭାରତୀୟ ପାଣିପାଗ କେନ୍ଦ୍ରର ବୁଲେଟିନ୍ ଅନୁଯାୟୀ ରାଜ୍ୟର ପ୍ରାୟ ୭ ଜିଲ୍ଲାରେ ଦ୍ୱିପ୍ରହର ୩ଟା ୩୦ମି.ରୁ ସନ୍ଧ୍ୟା ୭ଟା ୩୦ମି. ପର୍ଯ୍ୟନ୍ତ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ଘଡଘଡି ମାରିବାର ସମ୍ଭାବନା ରହିଛି ।

ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ କୋରାପୁଟ, ନବରଙ୍ଗପୁର, ଅନୁଗୁଳ, କଳାହାଣ୍ଡି, ସୁନ୍ଦରଗଡ, ମୟୁରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିମି. ରହିବା ନେଇ ଆଇଏମଡି ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.